www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ହ୍ରାସ ପାଉଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା, ଆଜି ଆଉ ଆଉ ୩୦୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୩୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୩୦୩ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୭୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜିର  ସଂକ୍ରମିତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୫୦୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।


ସୂଚନାଯୋଗ୍ୟ ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୬୮ଲକ୍ଷ ୨୭ ହଜାର ୧୭୭ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୩ ଲକ୍ଷ ୨୮ ହଜାର ୫୦୪  ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଏଥି ମଧ୍ୟରୁ ୩ ଲକ୍ଷ ୨୩ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୬୧ ଜଣଙ୍କ ପ୍ରାଣ ନେଇଛି କରୋନା ଏବଂ ୫୪ ଜଣଙ୍କର ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ରାଜ୍ୟରୁ ୨୮୪୧ ଜଣ ଆକ୍ରାନ୍ତ ବିଭିନ୍ନ କରୋନା ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories