www.samajalive.in
Tuesday, December 9, 2025
17.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୨୬ ମାମଲା, ୩୬ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୬ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୨୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୬ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୪୬,୩୧୧ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୪,୦୧୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୫,୯୨୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୭୨୮। ୧୩୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭,୯୨୧ ରହିଛି। ୮,୬୫୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories