www.samajalive.in
Sunday, December 7, 2025
13.1 C
Bhubaneswar

କରୋନା ଆରୋଗ୍ୟ କ୍ଷେତ୍ରରେ ରେକର୍ଡ : ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ଟପିଲା

ଭୁବନେଶ୍ବର :  କରୋନା ଆରୋଗ୍ୟ କ୍ଷେତ୍ରରେ ଓଡିଶା ରେକର୍ଡ କରିଛି । ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଛି। ଶୁକ୍ରବାର ରାଜ୍ୟରୁ ଆଉ ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୫୦ ହଜାର ୫୦୩ କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଅଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪୬, ଗଞ୍ଜାମରୁ ୧୯୦,  ନୟାଗଡ଼ରୁ ୧୫୧, ରାୟଗଡାରୁ ୧୪୬,   ସୁନ୍ଦରଗଡ଼ରୁ ୧୦୮, କନ୍ଧମାଳରୁ ୧୦୧ ଏବଂ ଢେଙ୍କାନାଳରୁ ୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗୀରରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ ୩୦, ଭଦ୍ରକରୁ  ୨୮, ନୂଆପଡ଼ାରୁ ୨୭, କଳାହାଣ୍ଡି ଓ ସମ୍ବଲପୁରରୁ ୨୧ ଜଣ ଲେଖାଏଁ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅନ୍ୟ ପକ୍ଷରେ  କେନ୍ଦ୍ରାପଡାରୁ ୧୯, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧୭, ଝାରସୁଗୁଡାରୁ ୧୩, ବରଗଡ଼ରୁ ୧୨, ବୌଦ୍ଧରୁ ୮, ସୁବର୍ଣ୍ଣପୁରରୁ ୬, ଅନୁଗୋଳରୁ ୫ ଜଣ କରୋନା ସଂକ୍ରମିତ  ସୁସ୍ଥ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତ ହୋଇ ଆରୋଗ୍ୟ ଲାଭ କରିଥିବା ଲୋକ​‌ଙ୍କ ସଂଖ୍ୟା ୫୦ ହଜାର ୫୦୩ କୁ ବୃଦ୍ଧି ପାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories