www.samajalive.in
Thursday, December 11, 2025
13.1 C
Bhubaneswar

ଓଡ଼ିଶା ଦିବସ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ସମ୍ପର୍କିତ ଫଟୋ ଚିତ୍ର ପ୍ରଦର୍ଶନୀ ସ୍ଥାନୀୟ ଜୟଦେବ ଭବନ ପ୍ରଦର୍ଶନୀ କକ୍ଷରେ ଉଦଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।

ଏହି ପ୍ରଦର୍ଶନୀରେ ପାରଳା ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତିଙ୍କ ଠାରୁ ଆରମ୍ଭ କରି ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ, ଉତ୍କଳ ସମ୍ମିଳନୀ ସହିତ ଜଡିତ ବ୍ରଜ ସୁନ୍ଦର ଦାସ ଏବଂ ଆଦିନେତା ବିଚିତ୍ରାନନ୍ଦ ଦାସଙ୍କ ଫଟୋଚିତ୍ର ସହ ୧୯୩୬ ଏବଂ ବର୍ତ୍ତମାନ ଓଡ଼ିଶାର ମାନଚିତ୍ର ଏଥିରେ ସ୍ଥାନ ପାଇଥିଲା।

- Advertisement -

ଏଥି ସହିତ ଉତ୍କଳ ସମ୍ମିଳନୀ ବିଭିନ୍ନ ଅଧିବେଶନ ଓ ଏ ସମ୍ପର୍କିତ ବିଭିନ୍ନ ଫଟୋଚିତ୍ର ଏଥିରେ ସ୍ଥାନ ପାଇଥିଲା।
ଆଜିର ଫଟୋ ପ୍ରଦର୍ଶନୀ ଉଦଘାଟନ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ନିର୍ଦେଶକ ସରୋଜ କୁମାର ସାମଲ, ନିର୍ଦେଶକ ବୈଷୟିକ ସୁରେନ୍ଦ୍ର କୁମାର ପରିଡା, ଅତିରିକ୍ତ ନିର୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦେଶକ ସୂର୍ଯ୍ୟ ରଞ୍ଜନ ମହାନ୍ତି, ଉପ ନିର୍ଦେଶକ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଏହି ଫଟୋଚିତ୍ର ପ୍ରଦର୍ଶନୀ ଦୁଇଦିନ ଖୋଲା ରହିବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories