www.samajalive.in
Sunday, December 7, 2025
15.1 C
Bhubaneswar

ଶପଥ ସମାରୋହ : ବୁଧବାର ଅଧା ଦିନ ଛୁଟି ରହିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ଵର: ଆସନ୍ତାକାଲି(ବୁଧବାର) ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। ଏଥିଲାଗି ପୁରା ପ୍ରସ୍ତୁତ ହୋଇ ରହିଛି ରାଜଧାନୀର ଜନତା ମୈଦାନ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ଏଥିଲାଗି ଟ୍ରାଫିକ କଟକଣାଠାରୁ ସୁରକ୍ଷା ବ୍ୟବସ୍ଥା ପର୍ଯ୍ୟନ୍ତ ସବୁକୁ କଡାକଡି କରାଯାଇଛି।  ସୁରକ୍ଷା ଦାୟିତ୍ଵରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ  ମୁତୟନ ହେବେ। ଏହାରି ମଧ୍ୟରେ କାଲି (ବୁଧବାର) ଭୁବନେଶ୍ଵରର ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ। ଅପରାହ୍ନ ୧ଟାରୁ ଏହି ଛୁଟି ଲାଗୁ ହେବ। ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories