www.samajalive.in
Saturday, December 6, 2025
26.1 C
Bhubaneswar

ବିପର୍ଯ୍ୟୟ ପରିଚାଳନା ପାଇଁ ଓଡିଶାର ଦୃଢ ଭିତ୍ତିଭୂମି ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ପାଳିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କାର୍ଯ୍ୟକ୍ରମକୁ ଦଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ବିପର୍ଯ୍ୟୟ ପରିଚାଳନା ପାଇଁ ଆଜି ଓଡିଶାର ସବୁଠାରୁ ଦୃଢ ଭିତ୍ତିଭୂମି ରହିଛି । ବିଶ୍ବ ଆମର ପ୍ରୟାସକୁ ସ୍ୱୀକୃତି ଦେଇଛି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ସାଢେ ଚାରି କୋଟି ଭାଇ- ଭଉଣୀଙ୍କୁ ବିପର୍ଯ୍ୟୟ ମୁକାବିଲାରେ ସହଯୋଗ ଏବଂ ଏକତା ପାଇଁ ଧନ୍ୟବାଦ ଜଣାଇଛନ୍ତି । ମହାବାତ୍ୟାର ୨୩ ବର୍ଷ ମଧ୍ୟରେ, ବିପର୍ଯ୍ୟୟ ସମୟରେ ଓଡିଶାକୁ ଏକ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଆମେ ସବୁ କିଛି କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

- Advertisement -

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ବିପର୍ଯ୍ୟୟ ହ୍ରାସ ପାଇଁ ଜାତୀୟ ଦିବସ ହେଉଛି ବର୍ତ୍ତମାନର ପରିସ୍ଥିତିକୁ ଅନୁଧ୍ୟାନ କରିବା ଏବଂ ଭବିଷ୍ୟତ ପାଇଁ ସମାଧାନ କରିବାର ଦିନ । ୧୯୯୯ ମସିହା ଆଜିର ଦିନରେ ମହାବାତ୍ୟାରେ କ୍ଷତି ହୋଇଥିବା ମୂଲ୍ୟବାନ ମାନବ ଜୀବନକୁ ଆମେ ସ୍ମରଣ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ପିଆରଆଇ ସଦସ୍ୟ, ମିଶନ ଶକ୍ତି ଗୋଷ୍ଠୀ ସଦସ୍ୟ, ଆଶା ଏବଂ ଅଙ୍ଗନୱାଡି କର୍ମଚାରୀ, ଏନଜିଓ ତଥା ସାମୁଦାୟିକ ସ୍ତରର ସ୍ବେଚ୍ଛାସେବୀ, ସରକାରୀ ଅଧିକାରୀ,  ଓଡ୍ରାଫ, ଅଗ୍ନିଶମ ସେବା, ଏନଡିଆରଏଫ ଏବଂ ପୁଲିସ୍ କର୍ମଚାରୀଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପ୍ରଦୀପ ଜେନା, ଏସଆରସି ସତ୍ୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ରାଜ୍ୟସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀବୃନ୍ଦ, ମିଳିତ ଜାତିସଂଘର ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି, ଓଡ୍ରାଫ୍, ଏନଡିଆରଏଫ୍, ଅଗ୍ନିଶମ, ରେଡ଼କ୍ରସ ଅଧିକାରୀ ଓ ସ୍ୱେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories