nua o banner

ବିପର୍ଯ୍ୟୟ ମୁକାବିଲା ପାଇଁ ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା

BJD Bijuli 480×75 Mob

ଭୁବନେଶ୍ୱର : ରାଜ୍ୟ ଆଜି ପାଳନ କରୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ। ଏହି ଅବସରରେ ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିସହ ପ୍ରତି ଗାଁକୁ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ କରାଯିବ। ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା​‌ଯୋଗ୍ୟ, ପ୍ରତିବର୍ଷ ଅକ୍ଟୋବର ୨୯କୁ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷ ବିପର୍ଯ୍ୟୟ ପ୍ରସ୍ତୁତି ଦିବସର ଥିମ୍‌ ରହିଛି, ‘ସଶକ୍ତ ଗୋଷ୍ଠୀ, ସୁରକ୍ଷିତ ଓଡ଼ିଶା’। ଏହି ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏଥିସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଏସଆରସି ସତ୍ୟବ୍ରତ ସାହୁ, ଓସଡମା ଏମଡି ଜ୍ଞାନ ରଞ୍ଜନ ଦାସ ପ୍ରମୁଖ ଯୋଗଦେଇଥିଲେ।

Comments are closed.