www.samajalive.in
Saturday, December 6, 2025
26.1 C
Bhubaneswar

ଡାକ୍ତରଙ୍କୁ ନିର୍ଦ୍ଦେଶ: ଅକ୍ଷର ପଢି ନହେଲେ…

ଭୁବନେଶ୍ୱର: ଡାକ୍ତରମାନଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଡାକ୍ତରୀ ଚିଠା, ପିଏମ୍‍ ରିପୋର୍ଟ ସ୍ପଷ୍ଟ ଭାବେ ଲେଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ୟାପିଟାଲ ଲେଟର, ଟାଇପ୍‍ କିମ୍ବା ଗୋଲ୍‍ ଗୋଲ୍‍ ଅକ୍ଷରରେ ଲେଖିବାକୁ ନିର୍ଦ୍ଦେଶ ରହିଛି। ଏପରିକି ଲେଖା ଏମିତି ହେବା ଦରକାର ଯେମିତି ପଢିବାରେ କିଛି ସମସ୍ୟା ଉପୁଜୁନଥିବ ବୋଲି ନିର୍ଦ୍ଦେଶନାମାରେ ଲେଖାଯାଇଛି। ଡାକ୍ତରଙ୍କ ହାତଲେଖା ପ୍ରେସକ୍ରିପସନ ଅନେକ ସମୟରେ ସାଧାରଣ ବ୍ୟକ୍ତି ହୁଅନ୍ତୁ କି ପ୍ରଶାସନିକ ଅଧିକାରୀ ବୁଝି ପାରନ୍ତିନାହିଁ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ହେଉ କି ଅନ୍ୟାନ୍ୟ ରିପୋର୍ଟ ଡାକ୍ତରଙ୍କ ଅକ୍ଷର ପଢିବା ଅସମ୍ଭବ ହୋଇଥାଏ। ଯାହାକୁ ନେଇ ଉଦବେଗ ପ୍ରକାଶ କରିଥିଲେ ଓଡ଼ିଶା ହାଇକୋର୍ଟ। ସମସ୍ତ ରିପୋର୍ଟ ଓ ପ୍ରେସକ୍ରିପସନ ସମସ୍ତେ ପଢି ପାରୁଥିଲା ପରି ଅକ୍ଷରରେ ଲେଖିବାକୁ ରାଜ୍ୟରେ କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଦେଶ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ କୋର୍ଟ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories