www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ୪୯୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା – ଅପରାହ୍ନ ୩ଟା ସୁଦ୍ଧା ୪୯.୭୭% ମତଦାନ

ଡେସ୍କ: ଆଜି ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଭୋଟ ଗ୍ରହଣ ଚାଲିଥିବା ବେଳେ ରାଜ୍ୟର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଚାଲଛି। ୮ଟି ଜିଲ୍ଲାର ଭୋଟରମାନେ ୬ଟି ଲୋକସଭା ଆସନ କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌‌ସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଏବଂ ଏହି ଆସନ ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ଦେଉଛନ୍ତି। ରାଜ୍ୟର ଅବଶିଷ୍ଟ ୬ଟି ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଓ ୪୨ଟି ବିଧାନସଭା ଆସନ ପାଇଁ ୪୯୪ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଆଜି ମୋଟ ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ରରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରୁଛନ୍ତି।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ରାଜ୍ୟ ପ୍ରଶାସନ ଓ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଯେଉଁ ବୁଥ୍‌‌ରେ ଇଭିଏମ୍‌‌ରେ ତ୍ରୁଟି ଦେଖା ଦେଇଥିଲା ସେଠାରେ ଇଭିଏମ୍‌‌ ପୁନଃସ୍ଥାପନ କରାଯାଇଛି ଏବଂ ଶୃଙ୍ଖଳିତ ଭାବେ ମତଦାନ ଜାରି ରହିଛି।

- Advertisement -

ଅପରାହ୍ଣ ୩ଟା ସୁଦ୍ଧା ରାଜ୍ୟରେ ୪୯.୭୭% ମତଦାନ ହୋଇଛି। ସେହିପରି ବାଲେଶ୍ୱରରେ ୫୪.୦୪%, ଭଦ୍ରକରେ ୪୬.୩୩%, ଜଗତ୍‌‌ସିଂହପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡ଼ାରେ ୪୬.୪୬% ଓ ମୟୂରଭଞ୍ଜରେ ୫୧.୦୩% ଭୋଟ୍‌‌ଗ୍ରହଣ ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories