www.samajalive.in
Saturday, December 6, 2025
19.1 C
Bhubaneswar

ତୃତୀୟ ପର୍ଯ୍ୟାୟରେ ୭୮.୬% ମତଦାନ

ଭୁବନେଶ୍ୱର: ରାଜ୍ୟରେ ସରିଛି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଗତକାଲି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସରିଥିବା ବେଳେ, ଏହି ପର୍ଯ୍ୟାୟରେ ୭୮.୬% ମତଦାନ ହୋଇଛି । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୁବର୍ଣ୍ଣପୁରରୁ ସର୍ବାଧିକ ୮୭.୪୪ ପ୍ରତିଶତ ମତଦାନ ହୋଇଛି ବୋଲି ସୂଚନା ଦେଇଛି ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ । ତାହା ସହ ମତଦାନକୁ ନେଇ ଦ୍ୱି୍‍ତୀୟ ସ୍ଥାନରେ ରହିଛି ନବରଙ୍ଗପୁର । ନବରଙ୍ଗପୁରରେ ୮୬.୩୩% ମତଦାନ ହୋଇଛି । ସେହିପରି କୋରାପୁଟରୁ ୮୪.୭୮% ଭୋଟର ନିଜର ମତସାବ୍ୟସ୍ତ କରିଛନ୍ତି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories