ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ହେବ ନିର୍ବାଚନ, ଏହାର ଇନଫୋଗ୍ରାଫିକ୍ସ
ଚଳିତ ବର୍ଷ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ୧୧ ଏପ୍ରିଲରେ ଅନୁଷ୍ଠିତ ହେବାକୁ ଥିବା ବେଳେ ୧୮ ଏପ୍ରିଲରେ ଦ୍ୱିତୀୟ ପର୍ଯ୍ୟାୟ ,୨୩ ଏପ୍ରିଲରେ ତୃତୀୟ ପର୍ଯ୍ୟାୟ, ୨୯ ଏପ୍ରିଲରେ ଚତୁର୍ଥ ପର୍ଯ୍ୟାୟ, ମେ ୬ ତାରିଖରେ ପଞ୍ଚମ ପର୍ଯ୍ୟାୟ, ମେ ୧୨ ତାରିଖରେ ଷଷ୍ଠ ପର୍ଯ୍ୟାୟ ଓ ମେ ୧୯ ତାରିଖର୍ ସପ୍ତମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।
ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ
ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୧ରେ ହେବ । ରାଜ୍ୟର ଚାରୋଟି ଲୋକସଭା ସହ ଏହାର ଅନ୍ତର୍ଗତ ୨୮ଟି ବିଧାନସଭା ପାଇଁ ମତଦାନ କରାଯିବ ।
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ – ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୧୮ ତାରିଖରେ ଅନୁଷ୍ଠିତ ହେବ । ପାଞ୍ଚଟି ଲୋକସଭା ଓ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ ।
ତୃତୀୟ ପର୍ଯ୍ୟାୟ ମତଦାନ – ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ ୨୩ରେ ଅନୁଷ୍ଠିତ ହେବ । ରାଜ୍ୟର ଛଅଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ।
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୨୯ରେ ହେବ । ରାଜ୍ୟର ଅନ୍ତିମ ଛଅଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।