ଡେସ୍କ: ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ଏବଂ ଉଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଉଛି ବୋଲି ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀମତୀ ମଲିକ କହିଛନ୍ତି, ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି ଏବଂ କେତେକ ସ୍ଥାନରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଲୋକମାନଙ୍କୁ ଆବଶ୍ୟକ ସ୍ଥଳେ ଖାଦ୍ୟ, ପାନୀୟ ଜଳ ଓ ଔଷଧ ଯୋଗାଇ ଦିଆଯାଉଛି। ସେ କହିଛନ୍ତି, ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ଓ ପରିସ୍ଥିତି ଅନୁଯାୟୀ ଜିଲ୍ଲାପାଳ ମାନେ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷରେ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି ଯେ ଆସନ୍ତାକାଲି ସକାଳ ସୁଦ୍ଧା ଜଳସ୍ଥର ୧୦ ଲକ୍ଷ ତଳକୁ ହ୍ରାସ ପାଇବ। ହୀରାକୁଦ ଏବେ ଆଉ ଅଧିକ ଗେଟ ଖୋଲିବା କିମ୍ବା ବନ୍ଦ ନେଇ ନିଷ୍ପତ୍ତି ହୋଇନାହିଁ ବୋଲି ସେ କହିଛନ୍ତି।



