www.samajalive.in
Monday, December 15, 2025
14.1 C
Bhubaneswar

ଓଡ଼ିଶାକୁ ମିଳିଲା ୪୫୫ କୋଟିର ଅନୁଦାନ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥାଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ(ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର  ଗ୍ରାମୀଣ ସ୍ଥାନୀୟ ସଂସ୍ଥାଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷର ଦ୍ବିତୀୟ କିସ୍ତି ଅର୍ଥାତ୍ ୩୭୦.୨୦ କୋଟି ଟଙ୍କା ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅଣବନ୍ଧିତ ଅନୁଦାନର ପ୍ରଥମ କିସ୍ତିର ବକେୟା ରାଶି ୮୪.୫୦୮୬ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ପାଣ୍ଠି ରାଜ୍ୟର ସମସ୍ତ ଯୋଗ୍ୟ ୬୭୯୪ଟି ଗ୍ରାମ ପଞ୍ଚାୟତ, ୩୧୪ଟି ବ୍ଲକ ପଞ୍ଚାୟତ ଏବଂ ୩୦ଟି ଜିଲ୍ଲା ପଞ୍ଚାୟତ ପାଇଁ ରହିଛି।

ରାଜସ୍ଥାନ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷର ଅଣବନ୍ଧିତ ଅନୁଦାନର ଦ୍ବିତୀୟ କିସ୍ତି ଅର୍ଥାତ୍ ୫୬୦.୬୩ କୋଟି ଟଙ୍କା ଏବଂ ୧ମ କିସ୍ତିର ଅଟକି ରହିଥିବା ରାଶି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୫୩.୪୧୨୩ କୋଟି ଟଙ୍କାର ଅଣବନ୍ଧିତ ଅନୁଦାନ ପ୍ରଦାନ କରାଯାଇଛି। ଏହି ପାଣ୍ଠି ରାଜ୍ୟର ୧୦୧୦୫ ଯୋଗ୍ୟ ଗ୍ରାମ ପଞ୍ଚାୟତ, ୩୧୫ ଯୋଗ୍ୟ ବ୍ଲକ ପଞ୍ଚାୟତ ଓ ୨୦ ଯୋଗ୍ୟ ଜିଲ୍ଲା ପଞ୍ଚାୟତ ପାଇଁ ରହିଛି।

- Advertisement -

ବେତନ ଏବଂ ଅନ୍ୟାନ୍ୟ ପ୍ରତିଷ୍ଠା ଖର୍ଚ୍ଚ ବ୍ୟତୀତ ସମ୍ବିଧାନର ଏକାଦଶ ଅନୁସୂଚୀରେ ଥିବା ଅଣତିରିଶ (୨୯) ବିଷୟ ଅଧୀନରେ ପଞ୍ଚାୟତିରାଜ ଅନୁଷ୍ଠାନ (ପିଆରଆଇ)/ ଗ୍ରାମୀଣ ସ୍ଥାନୀୟ ସଂସ୍ଥା (ଆରଏଲବି) ଦ୍ୱାରା  ସ୍ଥାନ-ନିର୍ଦ୍ଦିଷ୍ଟ ଆବଶ୍ୟକତା ପାଇଁ ଅଣବନ୍ଧିତ ଅନୁଦାନ ବ୍ୟବହାର କରାଯିବ। (କ) ଓଡିଏଫ ସ୍ଥିତିର ପରିମଳ ଏବଂ ରକ୍ଷଣାବେକ୍ଷଣର ମୌଳିକ ସେବା ପାଇଁ ଅନୁଦାନ ବ୍ୟବହାର କରାଯାଇପାରିବ, ଏବଂ ଏଥିରେ ଘରୋଇ ବର୍ଜ୍ୟବସ୍ତୁର ପରିଚାଳନା ଏବଂ ବିଶୋଧନ, ବିଶେଷକରି ମାନବ ମଳ ଏବଂ ବର୍ଜ୍ୟ  ପରିଚାଳନା ଏବଂ (ଖ) ପାନୀୟ ଜଳ ଯୋଗାଣ, ବର୍ଷା ଜଳ ସଂରକ୍ଷଣ ଏବଂ ଜଳ ପୁନଃବ୍ୟବହାର ଅନ୍ତର୍ଭୁକ୍ତ ହେବ।

ଭାରତ ସରକାର ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏବଂ ଜଳଶକ୍ତି ମନ୍ତ୍ରଣାଳୟ (ପାନୀୟ ଜଳ ଓ ପରିମଳ ବିଭାଗ) ମାଧ୍ୟମରେ ଗ୍ରାମୀଣ ସ୍ଥାନୀୟ ସଂସ୍ଥା ପାଇଁ ରାଜ୍ୟମାନଙ୍କୁ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ପ୍ରଦାନ କରିବାକୁ ସୁପାରିସ କରିଛନ୍ତି, ଯାହା ପରେ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରଦାନ କରାଯାଇଥାଏ। ଆବଣ୍ଟିତ ଅନୁଦାନଗୁଡିକ ଏକ ଆର୍ଥିକ ବର୍ଷରେ ୨ଟି କିସ୍ତିରେ ସୁପାରିସ ଏବଂ ପ୍ରଦାନ କରାଯାଏ।

ପଂଚାୟତିରାଜ ଅନୁଷ୍ଠାନ(ପିଆରଆଇ)/ଗ୍ରାମୀଣ ସ୍ଥାନୀୟ ସଂସ୍ଥା(ଆରଏଲବି)କୁ ପ୍ରଦାନ କରାଯାଉଥିବା ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ତୃଣମୂଳ ସ୍ତରର ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ଆର୍ଥିକ ସହାୟତା ଗ୍ରାମୀଣ ସ୍ଥାନୀୟ ଶାସନରେ ଉନ୍ନତି ଆଣିବା, ଉତ୍ତରଦାୟିତ୍ୱ ବୃଦ୍ଧି କରିବା ଏବଂ ଗ୍ରାମରେ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories