www.samajalive.in
Friday, December 12, 2025
15.1 C
Bhubaneswar

୫ ଓଡ଼ିଶା କ୍ୟାଡ଼ର ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କ୍ୟାଡ଼ରର ୨୦୧୭ ବ୍ୟାଚର ୫ଜଣ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଶନିବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ୨୦୧୭ ବ୍ୟାଚ୍ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଟିଟିଲାଗଡ଼ ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି ।ଏଥି ସହିତ ସେ ଅତିରିକ୍ତ ଭାବେ ଟିଟିଲାଗଡ଼ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ ।ସୋମେଶ କୁମାର ଉପାଧ୍ୟାୟ  ଓମଫେଡ୍ ସିଜିଏମ୍ ସହ ହକି ପ୍ରୋମୋସନ୍ କାଉନସିଲ ସିଇଓ ଭାବେ କାର୍ଯ୍ୟ କରୁଥିଲେ ।

ସେହିପରି ଟିଏସ୍ ଦିବାକରଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।ଏଥି ସହିତ ସେ ଧର୍ମଗଡ଼ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏବେ ସେ ଓକାକ୍ ଓଏସଡି ଭାବେ କାର୍ଯ୍ୟ କରୁଥିଲେ।

- Advertisement -

ସେହିପରି ୨୦୧୭ ବ୍ୟାଚ୍ ଆଇଏଏସ୍ ହେମକାନ୍ତ ସଏଙ୍କୁ ଜୟପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଜୟପୁର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ହେମକାନ୍ତ ସଏ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।

ସେହିପରି ୨୦୧୭ ବ୍ୟାଚ୍ ଆଇଏଏସ୍ ପି ଅନ୍ୱେଷା ରେଡ୍ଡୀଙ୍କୁ ବାରିପଦା ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ବାରିପଦା ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରିବେ ।ସେହିପରି ପାଟିଲ ଆଶୀଷ ଈଶ୍ୱରଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ବାଲେଶ୍ୱର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ଗ୍ରୀଡକୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories