www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ ଗଠନ ହେବ ଆଉ ୪ ତହସିଲ

ଭୁବନେଶ୍ବର: ସରକାରୀ ସେବାକୁ ତ୍ବରାନ୍ବିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆଉ ୪ଟି ତହସିଲ ଗଠନ କରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ବର ତହସିଲକୁ ଭାଙ୍ଗି ଦୁଇଟି ଅତିରିକ୍ତ ତହସିଲ ଗଠନ କରାଯିବ। ସେହିପରି କଟକ ଓ ସମ୍ବଲପୁର ତହସିଲକୁ ଭାଙ୍ଗି ଗୋଟିଏ ଲେଖାଏଁ ଅତିରିକ୍ତ ତହସିଲ ଗଠନ କରାଯିବ। ଏନେଇ ମଙ୍ଗଳବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଓ ସମ୍ବଲପୁର ଜିଲାପାଳଙ୍କୁ ପତ୍ର ଲେଖି ଦର୍ଶାଯାଇଛି ଯେ, ଉପରୋକ୍ତ ତହସିିଲ ଗୁଡ଼ିକ ଉପରେ କାର୍ଯ୍ୟଭାର ବୃଦ୍ଧି ପାଇବାରୁ ଠିକ୍ ସମୟରେ ଲୋକଙ୍କୁ ରାଜସ୍ବ ସେବା ପ୍ରଦାନ କରିବାରେ ସମସ୍ୟା ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ଅତିରିକ୍ତ ତହସିଲ ଗଠନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ନୂଆ ତହସିଲ ଗଠନ ପାଇଁ ବିସ୍ତୃତ ପ୍ରସ୍ତାବ ଦାଖଲ କରିବା ସହ ନୂଆ ତହସିଲର ସ୍ଥାନ, ଆରଆଇ ସର୍କଲ, ପୁଲିସ ଥାନା ଆଦିର ବିବରଣୀ ଏହି ବିଭାଗକୁ ପଠାଇବାକୁ ହେବ। ପ୍ରସ୍ତାବ ଦାଖଲ ପୂର୍ବରୁ ସ୍ଥାନୀୟ ଜନପ୍ରତିନିଧି, ଜନସାଧାରଣଙ୍କ ମତାମତ ନେବା ଆବଶ୍ୟକ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories