www.samajalive.in
Saturday, December 6, 2025
26.1 C
Bhubaneswar

‘୩୬ ପାଇଁ ୩୬’ ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛନ୍ତି ସରକାର

ଭୁବନେଶ୍ବର: ସଂସ୍କୃତି ଓ ସଂସ୍କାରଧର୍ମୀ କାର୍ଯ୍ୟ ଏବଂ ଏହାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ପୁରୀର ମଙ୍ଗଳାଘାଟରେ ଆୟୋଜିତ ରାମଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। କାର୍ଯ୍ୟକ୍ରମରେ ପଦ୍ମବିଭୂଷଣ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଜୀ ମହାରାଜ ଅଧ୍ୟକ୍ଷତା କରି ଏହି ନୂତନ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା କରିଥିଲେ।

ରାଘବ ପରିବାର ଟ୍ରଷ୍ଟ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ପାଟଣା ଗ୍ରାମରେ ଭଗବାନ ଶ୍ରୀରାମଚରିତ ମାନସ ଭବ୍ୟ ମନ୍ଦିର ପ୍ରତିଷ୍ଠା ହିନ୍ଦୁ ପରମ୍ପରାର ଏକ ଅନନ୍ୟ ନିଦର୍ଶନ। ଆଗାମୀ ୧୦ ବର୍ଷ ଅର୍ଥାତ ୨୦୩୬ ମସିହା ପର୍ଯ୍ୟନ୍ତ ଆମର ଭିଜନ ଡକ୍ୟୁମେଣ୍ଟ ‘୩୬ ପାଇଁ ୩୬’ ପ୍ରସ୍ତୁତ ଅଛି। ସରକାର ସେହି ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛନ୍ତି। ସମାଜର ୪ଟି ବର୍ଗ- ଅନ୍ନଦାତା, ଗରିବ, ମହିଳା ଓ ଯୁବବର୍ଗଙ୍କ ବିକାଶକୁ ପ୍ରାଧାନ୍ୟ ଦେଇ ପ୍ରଧାନମନ୍ତ୍ରୀଙ୍କ ସମସ୍ତ ଯୋଜନାକୁ ଜନସାଧାରଣଙ୍କ ପାଇଁ ଉପଲବ୍ଧ କରୁଛୁ। ରାଜ୍ୟରେ ସମସ୍ତ ଜନହିତକର ଯୋଜନା ଲୋକଙ୍କ ପର୍ଯ୍ୟନ୍ତ ପହଞ୍ଚୁଛି ଏବଂ ଓଡ଼ିଶା ବିକାଶର ଶିଖର ଛୁଇଁବ। ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ସେହି ସ୍ଥାନରେ ଏକ ନିମ୍ବ ଗଛ ଲଗାଇଥିଲେ। ଭୂମି ପୂଜନ ଯଜ୍ଞରେ ନିର୍ମାଣ ପ୍ରସ୍ତରର ମଧ୍ୟ ସେ ଶୁଭ ଦେଇଥିଲେ। ଏହି ଅବସରରେ ପୁରୀ ସାଂସଦ ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories