www.samajalive.in
Monday, December 15, 2025
15.1 C
Bhubaneswar

ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ସହରାଞ୍ଚଳର ଦୈନନ୍ଦିନ ଜୀବନରେ Delivery Boy ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି। ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ।

ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ। ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷକରି ବିଜୟୀ ହୋଇଛନ୍ତି ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି। ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି। ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କଉପରେ ସକାରାତ୍ମକ ପ୍ରଭାବ ପଡିବାର ଆଶା ରହିଛି। ଏହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତାରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ।

- Advertisement -

ସୂଚନାଯୋଗ୍ୟଯେ, ନିକଟରେ ରାଜ୍ୟ ସରକାର ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରେ ମଧ୍ୟ ପ୍ରମୋଦକର ଛାଡ କରିଥିଲେ। ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି। ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories