www.samajalive.in
Friday, December 5, 2025
20.1 C
Bhubaneswar

ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ

ଭୁବନେଶ୍ବର: ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗ୍‌ଦର୍ଶନ ଦେବେ।

ଆଜିର ରାଶିଫଳ (୦୯.୦୩.୨୦୨୪)

- Advertisement -

ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ୧୨୯୪ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି। ଅର୍ଥ ବିଭାଗରେ ମୋଟ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ। କ୍ରୀଡ଼ା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ। ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ। ଏହି ଦିଗଦର୍ଶନ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେ଼ଇ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଳ କୁମାର ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଅଶ୍ବଥି ଏସ୍ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ନିର୍ବାଚନ ବଣ୍ଡ୍‌ – ୧୧ରେ ଏସ୍‌ବିଆଇ ଆବେଦନର ଶୁଣାଣି

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories