www.samajalive.in
Sunday, December 14, 2025
23.1 C
Bhubaneswar

ଅର୍ଥ କମିଶନ ଆସିଲେ ୧୨ କୋଟିରୁ ଅଧିକ ଅର୍ଥ ଦାବି କରିବେ ସରକାର

ଡେସ୍କ: ଷୋଡଶ ଅର୍ଥ କମିଶନ ଆସନ୍ତା ମାସରେ ଓଡିଶା ଆସିବାର ଯୋଜନା ରହିଛି ତେଣୁ ସେ ସମୟରେ ରାଜ୍ୟ ସରକାର ୧୨,୫୬,୧୪୮ କୋଟି ଟଙ୍କା ଦାବି କରିବେ ଓ ଅର୍ଥ ମିଳିଲେ ତାହା ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ ହେବ। ଆଜି ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।

କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, ଶିକ୍ଷା କ୍ଷେତ୍ରକୁ ଆହୁରି ସୁଦୃଢ କରିବା ନିମନ୍ତେ ପ୍ରତି ପଞ୍ଚାୟତରେ ଏକ ଗୋଦାବରିଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏଥିପାଇଁ ରାଜ୍ୟ ସରକାର ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ। ୨୦୨୫ରେ ପ୍ରଥମ ପର୍ଯ୍ୟାୟରେ ୧୧୪ଟି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ।

- Advertisement -

ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ, ଓଡ଼ିଶା ଡାକ୍ତରୀ ଓ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ର ସଂଶୋଧନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ନିଯୁକ୍ତି ସ୍ତରକୁ ୭ରୁ ହ୍ରାସ କରି ୬ରେ ସୀମିତ ରଖିବା ସହ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ଯୋଗାଇଦେବା ନିମନ୍ତେ ୫ ହଜାର ଡାକ୍ତର ସହ ୧୨୬ ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ।

ରାଜ୍ୟରେ ନୂତନ ଶୀତଳ ଭଣ୍ଡାର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ରାଶି ଯୋଗାଇ ଦେବେ। କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ମୋଟ ୬୦% ଏବଂ ସାଧାରଣ ବର୍ଗଙ୍କ ପାଇଁ ୫୦% ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯିବ। ଶୀତଳଭଣ୍ଡାରକୁ ୫୦% ଯାଏ ବିଦ୍ୟୁତ୍‌ ଶୁଳ୍କ ରିହାତି ପ୍ରଦାନ ସହ ଦେଢ଼କୋଟି ଟଙ୍କା ପର୍ଯ୍ୟନ୍ତ ସ୍ବତନ୍ତ୍ର ରିହାତି ଯୋଗାଇ ଦିଆଯିବ।

ନିବେଶ କ୍ଷେତ୍ରକୁ ଆହୁରି ସୁଦୃଢ କରିବା ପାଇଁ ଆରଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ଼କୁ ନିବେଶ ପାଇଁ ସୁଯୋଗ ପ୍ରଦାନ କରାଯିବ। ଏହି କମ୍ପାନୀକୁ ଇନ୍‌ସେନଟିଭ ବାବଦରେ ପୂର୍ବରୁ ସ୍ଥିରୀକୃତ ୩୦%କୁ ବୃଦ୍ଧି କରାଯାଇ ମୋଟ ୫୦% ପ୍ରଦାନ କରାଯିବ। ଏଥିସହ ୧୧୦ କୋଟିର ପ୍ରୋତ୍ସାହନ ରାଶି ଦ୍ଵାରା ରାଜ୍ୟର ନିବେଶ କ୍ଷେତ୍ର ଆହୁରି ସୁଦୃଢ ଏବଂ ସମୃଦ୍ଧ ହେବ।

କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏହି ନିଷ୍ପତ୍ତି ଗୁଡିକ ରାଜ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପୁଞ୍ଜି ନିବେଶ ଭଳି କ୍ଷେତ୍ରର ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବ। ରାଜ୍ୟବାସୀଙ୍କ ଆଶା ଆକାଂକ୍ଷା ପୂରଣ ସହ ଓଡ଼ିଶାର ସାମାଜିକ, ଆର୍ଥିକ ସ୍ଥିତିକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories