www.samajalive.in
Sunday, December 7, 2025
13.1 C
Bhubaneswar

୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି

ଭୁବନେଶ୍ବର: ଓଏଏସ୍ ସ୍ତରରେ ଅଦଳବଦଳ ହୋଇଛି।  ରାଜ୍ୟ ସରକାର ୧୨ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି। ଝାରସୁଗୁଡ଼ା ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଲଙ୍କେଶ୍ୱର ଅମାତଙ୍କୁ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ପଲ୍ଲବୀ ନାୟକଙ୍କୁ ରାଉରକେଲା ମହାନଗର ନିଗମର ଯୁଗ୍ମ କମିଶନର ଓ ସୁରଜ କୁମାର ପଟ୍ଟନାୟକଙ୍କୁ ସୁବର୍ଣ୍ଣପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ସେହିପରି କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସକୁଙ୍କୁ କେନ୍ଦୁଝର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର, ବସନ୍ତ କୁମାର ସେଠୀଙ୍କୁ କେନ୍ଦୁଝର ମ୍ୟୁନିସପାଲଟିର କାର୍ୟ୍ୟନିର୍ବାହୀ ଅଧିକାରୀ, ତ୍ରିଲୋଚନ ମହାନ୍ତିଙ୍କୁ କେନ୍ଦୁଝର ଉପଜିଳ୍ଲାପାଳ ଏବଂ  ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କରଙ୍କୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ହୋଇଥିବା ବଦଳିକୁ ବାତିଲ କରାଯାଇଛି ।

- Advertisement -

ଅନ୍ୟପଟେ କଟକ ମହାନଗର ନିଗମର ଯୁଗ୍ମ କମିଶନର ଅନୀତା ପାତ୍ରଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।  ଅମିତ୍ ସର୍କାରଙ୍କୁ କୋରାପୁଟ ଅତିରିକ୍ତ ଉପଜିଲ୍ଲାପାଳ ଓ ମଧୁସ୍ମିତା ସାମନ୍ତରାୟଙ୍କୁ ବାରିପଦା ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନାଙ୍କୁ ବ୍ରହ୍ମପୁର ସିଡିଏମଓ କାର୍ୟ୍ୟାଳୟର ପ୍ରଶାସନିକ ଅଫିସର ଭାବେ ବଦଳି କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories