www.samajalive.in
Saturday, December 6, 2025
16.1 C
Bhubaneswar

ସ୍ବାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର(ସେଲ୍‌ଫ ଏମ୍ପ୍ଲୟେଡ୍ ମେକାନିକ୍) ଉପକୃତ ହେବେ।

ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧିଙ୍କଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । ୫-ଟି ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି ।

- Advertisement -

ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି। ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories