www.samajalive.in
Monday, December 15, 2025
26.1 C
Bhubaneswar

ମୋ ବସ୍ ବେଗ ଉପରେ ଲାଗିଲା ରୋକ୍‌

ସମାଜ ଡିଜିଟାଲ ଡେସ୍କ: ଏଣିକି ୪୦ କିଲୋମିଟରରୁ ଅଧିକ ବେଗରେ ଗଡ଼ିବନି ମୋ ବସ୍‌। ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍‌ ଦୁର୍ଘଟଣା ଘଟାଇବା ନେଇ ଜନଅସନ୍ତୋଷ ବଢ଼ିବାରୁ ରାଜ୍ୟ ସରକାର ସଜାଗ ହୋଇଛନ୍ତି। ବିଶେଷକରି ଭୁବନେଶ୍ଵର ଚନ୍ଦ୍ରଶେଖରପୁରଠାରେ ନିକଟରେ ଏକ ମୋ ବସ ଦୁର୍ଘଟଣାରେ ଯୁବତୀଙ୍କ ହାତ କଟିବା ଘଟଣା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି। ବସ୍‌ଗୁଡ଼ିକର ବେଗ ନିୟନ୍ତ୍ରଣ ଲାଗି ସେଥିରେ ସ୍ପିଡ୍‌ ଗଭର୍ଣ୍ଣର ଲଗାଯିବ ବୋଲି ରାଜ୍ୟ ଯୋଗାଣ ଓ ପରିବହନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ସ୍ପିଡ୍‌ ଗଭର୍ଣ୍ଣର ଲଗାଯିବା ପରେ ଘଣ୍ଟାପ୍ରତି ୪୦ କିଲୋମିଟରରୁ ଅଧିକ ବେଗରେ ଗଲେ ବସରେ ସାଇରନ ବାଜିବ। ଏ ନେଇ ଅପରେଟରଙ୍କ ନିକଟକୁ ସୂଚନା ଯିବ। ଡ୍ରାଇଭର ବେପରୁଆ ଗାଡ଼ି ଚାଳନା କଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହା ସହିତ ଡ୍ରାଇଭର ଗାଡ଼ିକୁ ଉଠିବା ପୂର୍ବରୁ ମଦ୍ୟପାନ କରିଛନ୍ତି କି ନାହିଁ ତାହା ପରୀକ୍ଷା କରାଯିବ। ସରକାରଙ୍କ ଏହି ନିୟମ ଅମାନିଆ ଡ୍ରାଇଭରଙ୍କୁ ସାବାଡ଼ କରିବ ବୋଲି କୁହାଯାଉଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories