www.samajalive.in
Monday, December 15, 2025
15.1 C
Bhubaneswar

ଆସନ୍ତାକାଲିଠୁ ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ

ଭୁବନେଶ୍ଵର: ଶନିବାରଠାରୁ ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଜଳ ସମ୍ପଦ ବିଭାଗର ମିଳିତ ସହଯୋଗରେ ୧୪ ଜଣ କୃଷକ ଓ ୧୪ଜଣ ଅଧିକାରୀଙ୍କୁ ଏଥିପାଇଁ ମନୋନୀତ କରାଯାଇଛି। ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ, କୃଷି ଅନୁସନ୍ଧାନ କେନ୍ଦ୍ର ପରିଦର୍ଶନ କରିବେ ଚାଷୀ ଓ କୃଷି ଅଧିକାରୀ। ଛତୁ ଉତ୍ପାଦନ, ଆଧୁନିକ ପ୍ରଣାଳୀରେ ଉନ୍ନତ ଉଦ୍ୟାନ କୃଷି ଏବଂ ଜଳବାୟୁ ସହନଶୀଳ କୃଷି ପଦ୍ଧତି ଶିଖିବା ପାଇଁ ମଧ୍ୟ ସେଠାରେ ସୁଯୋଗ ମିଳିବ। ଶୁକ୍ରବାର ଆନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ରାଜ୍ୟରେ କୃଷିଜାତ ଦ୍ରବ୍ୟର ଉତ୍ପାଦନ ଓ ବ୍ୟବସାୟକୁ ଦ୍ବିଗୁଣିତ କରିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ କରାଯାଉଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ମାଲେସିଆ ଗସ୍ତ କାଳରେ ପ୍ରତି ଦିନର ରିପୋର୍ଟ ପ୍ରସ୍ତୁତ କରିବାକୁ ଚାଷୀ ଓ ଅଫିସରଙ୍କୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଓଡ଼ିଶା ଫେରିବା ପରେ ୩ଦିନ ମଧ୍ୟରେ ସମସ୍ତ ରିପୋର୍ଟ ବିଭାଗରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories