www.samajalive.in
Saturday, December 6, 2025
14.1 C
Bhubaneswar

ଭାରତୀୟ ହକିର ପ୍ରାୟୋଜକ ଅବଧି ୩ ବର୍ଷ ବୃଦ୍ଧି: ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶା ସରକାର ୨୦୩୬ ମସିହା ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବେ। ଶୁକ୍ରବାର ହକି ଇଣ୍ଡିଆ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପୂର୍ବ ସରକାର ୨୦୩୩ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବା ପାଇଁ ଚୁକ୍ତି କରିଥିଲେ। ଏହି ଚୁକ୍ତି ଅବଧିକୁ ନୂଆ ସରକାର ଆଉ ୩ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ୨୦୩୬ରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ କରାଯିବ। ସେଥିପାଇଁ ଓଡ଼ିଶା ସରକାର ହକି ଇଣ୍ଡିଆର ପ୍ରାୟୋଜକ ଅବଧିକୁ ୨୦୩୩ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରିବେ। ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ହକି ଇଣ୍ଡିଆ କର୍ମକର୍ତ୍ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଶୁକ୍ରବାର ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ହକି ପାଇଁ ଓଡ଼ିଶା ବିଶ୍ବରେ ସ୍ବତନ୍ତ୍ର ପରିଚୟ ପାଇଛି। ଭାରତୀୟ ହକି ବିକାଶରେ ଓଡ଼ିଶାର ଅବଦାନ ପ୍ରଶଂସନୀୟ ବୋଲି ସେ କହିଥିଲେ। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ଭାରତୀୟ ହକିକୁ ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ସହିତ ମିଶି ହକି ଇଣ୍ଡିଆ କାମ କରିବ ବୋଲି ହକି ଇଣ୍ଡିଆ କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ।
ସୂଚନାଯୋଗ୍ୟ, ରାଜ୍ୟ ସରକାର ୨୦୧୮ରୁ ଭାରତୀୟ ହକି ଦଳର ପ୍ରଯୋଜକ ରହିଛନ୍ତି। ୨୦୨୩ରୁ ୧୦ ବର୍ଷ ପାଇଁ ଓଡ଼ିଶା ସରକାର ପ୍ରଯୋଜକ ରହିବ ବୋଲି ପୂର୍ବ ସରକାର ଘୋଷଣା କରିଥିଲେ। ଏହି ସାକ୍ଷାତ ଆଲୋଚନା ସମୟରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓଡ଼ିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଥିବା କହିଥିଲେ। ମୁଖ୍ୟ ଶାସନ ସଚିବ ପି.କେ ଜେନା, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣାଙ୍କ ସହିତ କ୍ରୀଡ଼ା ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories