୭ଟି ଜିଲ୍ଲାକୁ ସତର୍କତା, ପ୍ରବଳ ଗ୍ରୀଷ୍ମ ପ୍ରବାହ ସୂଚନା

ଭୁୁବନେଶ୍ୱର: ଏପ୍ରିଲ ୨ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ଅର୍ଥାତ ଗୁରୁବାର ପାଇଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏପ୍ରିଲ ୧ ଓ ୨ ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‍ କମିଶନର ୮ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କତା ମୂଳକ ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ, ବରଗଡ,ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ଏପ୍ରିଲ ୧ରୁ ୨ ତାରିଖ ମଧ୍ୟରେ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।

Comments are closed.