www.samajalive.in
Sunday, December 14, 2025
26.1 C
Bhubaneswar

୪ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଭଳି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ କେତେକ ଅଞ୍ଚଳ, ଦକ୍ଷିଣ ଉପକୂଳର୍ତ୍ତୀ ଅଳ୍ପ କେତେକ ସ୍ଥାନ ଏବଂ ଉତ୍ତର ଓଡ଼ିଶାର ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବଜ୍ରପାତକୁ ଦୃଷ୍ଟିରେ ରଖି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାକୁ ସତର୍କ ସୂଚନା ଦିଆଯାଇଛି।

ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଆସନ୍ତା ୯ରେ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳ ଛୁଇଁବା ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି। ସମ୍ଭାବ୍ୟ ଲଘୁଚାପ ୧୧ରେ ସୃଷ୍ଟି ହେବାକୁ ଥିବାରୁ ଏହା ପୂରା ଓଡ଼ିଶାକୁ ମୌସୁମି ବାୟୁ ଛୁଇଁବା ପ୍ରକ୍ରିୟାକୁ ଆହୁରି ସକ୍ରିୟ କରାଇବା ପାଇଁ ପାଣିପାଗକୁ ଅନୁକୂଳ କରିପାରେ। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଅନୁଭୂତ ହେବାକୁ ଥିବାରୁ ସର୍ବାଧିକ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories