ଭୁବନେଶ୍ବର: ଢିଙ୍କିଆ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ନିର୍ଦେଶ ଦେଇଛନ୍ତି। ଗ୍ରାଉଣ୍ଡ ଜିରୋର ଷ୍ଟାଟସ ରିପୋର୍ଟ ଦେବାକୁ ଗୃହ ବିଭାଗକୁ ନିର୍ଦେଶ ଦିଆଯାଇଛି। ଗୃହ ବିଭାଗ ଅଧିକାରୀଙ୍କୁ ଷ୍ଟାଟସ ରିପୋର୍ଟ ଦେବାକୁ ଲାଗି ନିର୍ଦେଶ ଦିଆଯାଇଥିବାବେଳେ ଢିଙ୍କିଆ ଓ ପାଖ ଅଞ୍ଚଳକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଣ ନିର୍ଦେଶ ଦେଇଛନ୍ତି। ଆସନ୍ତା ୨୭ରେ ମାମଲାର ପରବର୍ତ୍ତି ଶୁଣାଣୀ ହେବ।
ଆଜି ଢିଙ୍କିଆ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ତୁରନ୍ତ ଢିଙ୍କିଆର ସ୍ଥିତି ନେଇ ଷ୍ଟାଟସ୍ ରିପୋର୍ଟ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ରାଜ୍ୟର ଗୃହ ବିଭାଗକୁ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ତା’ସହିତ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୭ ତାରିଖରେ ହେବ ବୋଲି କୋର୍ଟ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ପାନବରଜ ଭଙ୍ଗା ଘଟଣାକୁ ନେଇ ଢିଙ୍କିଆରେ ମୁହାଁମୁହିଁ ହୋଇଥିଲେ ପୁଲିସ ଓ ଜନତା। ଏହି ସମୟରେ କିଛି ଲୋକ ପୁଲିସଙ୍କୁ ଖରାପ ବ୍ୟବହାର କରିବା ପରେ ପୁଲିସ ସେମାନଙ୍କୁ ଘଉଡାଇବାକୁ ଲାଠିଚାର୍ଜ କରିଥିଲା । ଗ୍ରାମବାସୀ ମଧ୍ୟ କିଛି ପୁଲିସ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ହେଲେ ଏହି ମାମଲାରେ ହାଇକୋର୍ଟରେ ଦୁଇ ଜନସ୍ୱାର୍ଥ ମାମଲା ରୁଜୁ ହେବା ପରେ ହାଇକୋର୍ଟ ଏହାର ବିଚାର କରୁଛନ୍ତି।



