www.samajalive.in
Saturday, December 6, 2025
26.1 C
Bhubaneswar

ଲକ୍ଡ଼ାଉନ୍ ବେଳେ ଗାଡ଼ି ଜବତ କରି ପାରିବ ନାହିଁ ପୁଲିସ: ହାଇକୋର୍ଟ

କଟକ (ବ୍ୟୁରୋ): ଲକ୍ଡ଼ାଉନ୍ ସମୟରେ ପୁଲିସ ପକ୍ଷରୁ ଗାଡ଼ି ଜବତକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ପୁଲିସ ଗାଡ଼ି ଜବତ କରିବା ବଦଳରେ ଗାଡ଼ି ଚାଳକଙ୍କଠାରୁ ମୁଚାଲିକା ଲେଖିନେଇ ଛାଡ଼ି ଦେବାକୁ ଅଦାଲତ ପରାମର୍ଶ ଦେଇଛନ୍ତି ।  ବିଭିନ୍ନ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା ଗାଡ଼ିକୁ ପୁଲିସ ଜବତ କରୁଥିବା ନେଇ ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଅଦାଲତ ଏପରି ନିର୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଲୋକମାନଙ୍କ ଘର ନିକଟରେ ଆବଶ୍ୟକୀୟ ସାମଗ୍ରୀ ପହଞ୍ଚାଇବା ଦିଗରେ ସରକାର ପଦକ୍ଷେପ ଗ୍ରହଣ କରିବାକୁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ପାଦଚଲା ଦୂରତାରେ ସାଧାରଣ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ ପାଉନାହାନ୍ତି । ସହଜରେ ଘର ପାଖରେ ଜିନିଷ ନମିଳିବା ପର୍ଯ୍ୟନ୍ତ ଲୋକଙ୍କୁ ହଇରାଣ ନ କରାଯାଉ ବୋଲି କୋର୍ଟ କହିଛନ୍ତି । ସ୍ୱତନ୍ତ୍ର ମାର୍ଗଦର୍ଶିକା   ସହ  ବିଭିନ୍ନ ସାମଗ୍ରୀ ଉପଲବ୍ଧ ବ୍ୟବସ୍ଥା କରିବାକୁ କୋର୍ଟ କହିଛନ୍ତି ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories