ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ବାୟୋମେଟ୍ରିକ୍ ଉପସ୍ଥାନ ବନ୍ଦ କରିବାକୁ ନିର୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ସମସ୍ତ ମହାବିଦ୍ୟାଳୟ/ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ଶୁକ୍ରବାର ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ ୮ତାରିଖରୁ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀଙ୍କର ବାୟୋମେଟ୍ରିକ୍ ଉପସ୍ଥାନକୁ ବନ୍ଦ କରାଯାଇଛି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।
Popular Categories



