www.samajalive.in
Friday, December 12, 2025
15.1 C
Bhubaneswar

୪୮ ଘଣ୍ଟା ପରେ ପୁଣି ଆଇଏଏସ ବଦଳି, ୧୩ ଅଧିକାରୀଙ୍କୁ ନୂଆ ଦାୟିତ୍ୱ

ଡେସ୍କ: ରାଜ୍ୟ ସରକାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ବଦଳି କରିବାର ମାତ୍ର ୪୮ ଘଣ୍ଟା ନ ପୂରୁଣୁ ଗୁରୁବାର ଆଉ ୧୩ ଆଇଏଏସଙ୍କ ବଦଳି କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ ଅନ୍ୟ କେତେ ଜଣଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି।

ଆଇଏସଏସ ଅଧିକାରୀ ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ବିଜୟ କେତନ ଉପାଧ୍ୟାୟଙ୍କୁ ସଂସ୍କୃତି ସଚିବ ଦାୟିତ୍ବ ଦିଆଯାଇଛି। ସେହିପରି ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ଦ୍ରବ୍ୟ ନିର୍ଦ୍ଦେଶକ, ଦୀପଙ୍କର ମହାପାତ୍ରଙ୍କୁ ହକି ପ୍ରମୋସନ କାଉନ୍‌ସିଲ୍‌ ପରିଚାଳନା ନିର୍ଦ୍ଦେଶକ, ପ୍ରେକ୍ଷା ଅଗ୍ରୱାଲଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ, ପ୍ରଣିତା ଦାଶଙ୍କୁ ବାଲିଗୁଡ଼ା ଉପଜିଲ୍ଲାପାଳ, କସ୍ତୁରୀ ପଣ୍ଡାଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ, ଅଭିଷେକ ଦିଲୀପ ଦୁଡହାଲ୍‌ଙ୍କୁ ଗୁଣୁପୁର ଉପଜିଲ୍ଲାପାଳ, ଅସ୍‌ନୀ ଏଏଲ୍‌ଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ, ସି. ସରବଣାଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ, ତେଜସ୍ବିନୀ ବେହେରାଙ୍କୁ ସୁନ୍ଦରଗଡ଼ ଉପଜିଲ୍ଲାପାଳ, ଶିବ ମାଲବ୍ୟଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ ଓ ଅବିନାଶ କୁମାରଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ଉପସ୍ଥାପିତ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories