www.samajalive.in
Sunday, December 7, 2025
13.1 C
Bhubaneswar

ଜାତୀୟ ଦୃଷ୍ଟିହୀନ ମହିଳା କ୍ରିକେଟ : ଫାଇନାଲରେ ଓଡ଼ିଶା

ଭୁବନେଶ୍ବର : କର୍ଣ୍ଣାଟକର ବାଙ୍ଗାଲୋରରେ ଚାଲିଥିବା ଦ୍ବିତୀୟ ଜାତୀୟ ଦୃଷ୍ଟିହୀନ ମହିଳା କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ଶୁକ୍ରବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ଓଡ଼ିଶା ୧୨୯ରନରେ ଦିଲ୍ଲୀକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଛି। ଓଡ଼ିଶା ପ୍ରଥମେ ବ୍ୟାଟିଂ କରି ୧୫ ଓଭରରେ ବିନା ୱିକେଟରେ ୧୮୭ରନ କରିଥିଲା। ଝିଲି ବିରୁଆ ୪୯ବଲରୁ ୧୦ଟି ଚୌକା ସହ ୯୩ ଓ ରଚନା ଜେନା

୪୨ଟି ବଲରୁ ୯ଟି ଚୌକା ସହ ୮୨ରନ କରି ଅପରାଜିତ ରହିଥିଲେ। ଜବାବରେ ଦିଲ୍ଲୀ ୧୧.୨ ଓଭରରେ ୫୮ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଓଡ଼ିଶା ପକ୍ଷରୁ ପ୍ରଭାତୀ ଟୁଡୁ ୨ଟି ଓ ଯମୁନାରାଣୀ ଟୁଡୁ ଗୋଟିଏ ୱିକେଟ ନେଇଥିଲେ। ଝିଲି ବିରୁଆ ପ୍ଳେୟାର ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ସେହିପରି ଦ୍ବିତୀୟ ସେମିଫାଇନାଲରେ କର୍ଣ୍ଣାଟକ ଆନ୍ଧ୍ରପ୍ରଦେଶକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଛି।

- Advertisement -

ଓଡ଼ିଶା ୨୦୧୯ରେ ଆୟୋଜିତ ପ୍ରଥମ ଜାତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ ପ୍ରତିଯୋଗିତାରେ ଦିଲ୍ଲୀକୁ ପରାସ୍ତ କରି ଚମ୍ପିଆନ ହୋଇଥିଲା। ଓଡ଼ିଶା ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାଶ, ସନ୍ୟ​‌ାସ କୁମାର ବେହେରା, ପ୍ରକାଶ କୁମାର ରଥ, ଚନ୍ଦ୍ରଶେଖର ପଟ୍ଟନାୟକ, ହାଇଟେକ ଗ୍ରୁପ ଅଧ୍ୟକ୍ଷ ତିରୁପତି ପାଣିଗ୍ରାହୀ, ବିରଞ୍ଚି ନାରାୟଣ ସାହୁ, ଯୋଗେନ୍ଦ୍ର ଜାନି, ପ୍ରଜ୍ଞାନ ପ୍ରତିମା ବେହେରା, ଅଶୋକ ସାହୁ ପ୍ରମୁଖ ଫାଇନାଲ ମ୍ୟାଚ ଲାଗି ଓଡ଼ିଶା ଦଳକୁ ଶୁଭେଚ୍ଛା ଜଣାଇବା ସହିତ ସଫଳତା କାମନା କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories