www.samajalive.in
Saturday, December 6, 2025
16.1 C
Bhubaneswar

ଉଠା ଜଳସେଚନ ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ସୁନ୍ଦରଗଡ ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ

ଭୁବନେଶ୍ୱର: ଓଡିଶା ଉଠା ଜଳସେଚନ ଅଧ୍ୟକ୍ଷ ଅମରେଶ ପତ୍ରୀ ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ପରିପ୍ରେକ୍ଷୀରେ ଅଚାନକ ଓଏଲ୍ଆଇସି ସୁନ୍ଦରଗଡ ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ କାର୍ଯ୍ୟରତ ସମସ୍ତ ଯନ୍ତ୍ରୀ ଓ କର୍ମଚାରୀଙ୍କ ସହ ବିଭାଗୀୟ ବିଭିନ୍ନ କାର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ। ସୁନ୍ଦରଗଡ ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଓ ସେଥିରୁ କୃଷକମାନେ କିପରି ଉପକୃତ ହେଉଛନ୍ତି, ସେ ସମ୍ପର୍କରେ ଅବଗତ ହୋଇଥିଲେ।

- Advertisement -

ଉଠା ଜଳସେଚନ ମାଧ୍ୟମରେ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ଧାର୍ଯ୍ୟ ଲକ୍ଷ୍ୟକୁ ୫-ଟି ଆଧାରରେ ଶୀଘ୍ର ଶେଷ କରିବାକୁ ପରାମର୍ଶ ଦେଇଥିଲେ। ଚାଷୀମାନେ କିପରି ଡିଭିଜନ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପରୁ ସୁବିଧାସୁଯୋଗ ପାଇ ଲାଭବାନ ହେବେ, ସେଥିପାଇଁ ଧ୍ୟାନ ଦେବାକୁ କହିଥିଲେ। ଅଧ୍ୟକ୍ଷ ଶ୍ରୀ ପତ୍ରୀଙ୍କର ଏହି ପରିଦର୍ଶନ ସମୟରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ସାନନ୍ଦ କିଷାନ, ଡିଭିଜନର ଅନ୍ୟ ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ଆକାଉଣ୍ଟାଣ୍ଟ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories