www.samajalive.in
Tuesday, December 9, 2025
16.1 C
Bhubaneswar

ହଜାର ହଜାର ବର୍ଷ ପୁରୁଣା ମଠ ମନ୍ଦିରର ବିକାଶ କାମ ଯୁଗାନ୍ତକାରୀ ପଦେକ୍ଷପ

ଭୁବନେଶ୍ବର: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘ ର ସଦସ୍ୟ ମାନେ ୫-ଟି ଅଧ୍ୟକ୍ଷତ  ଭି କେ ପାଣ୍ଡିଆନ୍ ଙ୍କୁ ନବୀନ ନିବାସ ରେ ଭେଟି ଥିଲେ। ୫-ଟି ଉପକ୍ରମ ରେ ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟ ସ୍ଥଳ ଗୁଡିକର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ତା ସହିତ ଗ୍ରାମାଞ୍ଚଳରେ ଥିବା ଛୋଟ ଛୋଟ ମନ୍ଦିର ମାନଙ୍କୁ ମୋ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ମଧ୍ୟମରେ ଅର୍ଥରାଶି ମଞ୍ଜୁର କରି ଭାରତ ବର୍ଷରେ ନୂଆ ଏକ ପରିଚୟ ସୃଷ୍ଟି କରିଥିବାରୁ ଓଡ଼ିଶାର ସମସ୍ତ ସେବାୟତ ମାନଙ୍କ ତରଫରୁ ମଧ୍ୟ କୃତଜ୍ଞତା ପ୍ରକାଶ କରା ଯାଇଥିଲା।

ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରେ ଶ୍ରୀ ପାଣ୍ଡିଆନ୍ ମନ୍ଦିର ଏବଂ ସେବାୟତ ମାନଙ୍କ ସୁବିଧା ଅସୁବିଧା ଦୂର ପାଇଁ ପଦକ୍ଷେପ ନେଇ ଥିବାରୁ ସେବାୟତ ମାନେ ତାଙ୍କୁ କୃତଜ୍ଞତା ଜଣାଇଥିଲେ . ହଜାର ହଜାର ବର୍ଷ ର ପୁରୁଣା ମଠ ମନ୍ଦିର ଗୁଡିକର ବିକାଶ ଓ ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଐତିହାସିକ ପଦକ୍ଷେପ ନେଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଦେଇଥିଲେ।

- Advertisement -

ଏହି ଅବସରରେ ୫-ଟି ଅଧ୍ୟକ୍ଷ ଆଗାମୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶୁଭ ଉଦଘାଟନ ଉତ୍ସବ ରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘ ର ସମ୍ପୂର୍ଣ୍ଣ ସହଯୋଗ କାମନା ସହିତ ଏହି କାଯ୍ୟକ୍ରମ କୁ କିପରି ଭବ୍ୟ କରାଯିବ ସେ ବିଷୟରେ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ।

ଏହି ସାକ୍ଷାତକାର କାର୍ଯ୍ୟକ୍ରମରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘ ର ସଭାପତି କାମେଶ୍ୱର୍ ତ୍ରିପାଠୀ (ବାରିପଦା ଜଗନ୍ନାଥ ମନ୍ଦିର), ସମ୍ପାଦକ ସିଂହାରୀ ଆଲୋକ ଖୁଣ୍ଟିଆ (ସାକ୍ଷୀଗୋପାଳ ମନ୍ଦିର), ସଂଯୋଜକ ଦେବୀ ପାଣି (ବିରଜା ମନ୍ଦିର), ସଚେତକ ସୁବାଷ ମିଶ୍ର (ସ୍ତି ଗୋପାଳ ମନ୍ଦିର) , ନିଳମଣି ସୂଆର (ଅଲାରନାଥ ମନ୍ଦିର), ଗଦା ନନା (ଆଖଣ୍ଡଳମଣି ମନ୍ଦିର), ପୁନ୍ୟଶ୍ଲୋକ ନନ୍ଦ (ନିଳଗିରି ଜଗନ୍ନାଥ ମନ୍ଦିର) ରଞ୍ଜିତ ମହାପାତ୍ର(ଶିରୁଳୀ ମହାବୀର ମନ୍ଦିର) ସୂର୍ଯ୍ୟ ନାରାୟଣ ପଣ୍ଡା (କାକଟପୂର୍ ମନ୍ଦିର) ବାପୁଜୀ ରଣା (ତାରା ତାରେଣି ମନ୍ଦିର)ରଞ୍ଜନ ପଣ୍ଡା (ମଣିନାଗ ମନ୍ଦିର) ମହାରୁଦ୍ର ଝା (ରାମମନ୍ଦିର)ସାଇ ରାମ୍ ଗାନ୍ଧି (ବେନୁ ପଡା ମଠ)ପ୍ରମୁଖ ସାମିଲ୍ ହୋଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories