www.samajalive.in
Saturday, December 6, 2025
26.1 C
Bhubaneswar

ଡିସେମ୍ବର ୧୦ ରୁ ୧୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଏହି ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ, ୨୯ଟି ଦେଶରୁ ଭାଗନେବେ ପ୍ରାୟ ୩୦୦ କ୍ରୀଡ଼ାବିତ୍

ଭୁବନେଶ୍ୱର : ଓଡ଼ିଶା ମାଷ୍ଟରସ୍ଅ ନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଚଳିତ ବର୍ଷ କଟକ ଜବହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଟୁର୍ଣ୍ଣାମେଣ୍ଟରେ ୨୯ଟି ଦେଶରୁ ପ୍ରାୟ ୩୦୦ କ୍ରୀଡ଼ାବିତ୍ ଭାଗନେବେ।ତୃତୀୟ ଥର ପାଇଁ କଟକଠାରେ ଆୟୋଜିତ ହେଉଥିବା ଓଡ଼ିଶା ମାଷ୍ଟରସ୍ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆସନ୍ତା ଡ଼ିସେମ୍ବର ୧୦ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆଜି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡିୟମରେ ଏକ ପ୍ରେସବାର୍ତ୍ତା ମାଧ୍ୟମରେ ଟୁର୍ଣ୍ଣାମେଣ୍ଟ ସମ୍ବନ୍ଧୀୟ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ସେ କହିଥିଲେ ଯେ , ଆସନ୍ତା ଡ଼ିସେମ୍ବର ୧୦ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ମାଷ୍ଟରସ୍ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ କଟକ ଜବାହାରଲାଲ ନେହେରୁ ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଚଳିତବର୍ଷ ଟୁର୍ଣ୍ଣାମେଣ୍ଟରେ ଭାରତ, ଜାପାନ, ଇଣ୍ଡୋନେସିଆ, ଚୀନ, ଡ଼େନମାର୍କ, ବଲଗେରିଆ ଆଦି ଦେଶ ତଥା ସମୁଦାୟ ୨୯ଟି ଦେଶରୁ ପ୍ରାୟ ୩୦୦ କ୍ରୀଡ଼ାବିତ୍‌ ପ୍ରତିଯୋଗିତାରେ ଭାଗ ନେବେ। ଟୁର୍ଣ୍ଣାମେଣ୍ଟରେ ସିଂଗଲସ୍‌ (Singles),ଡ଼ବଲସ୍‌ (doubles) ଆଦି ବିଭାଗରେ କ୍ରୀଡ଼ାବିତ୍‌ମାନେ ଅଂଶଗ୍ରହଣ କରିବେ। ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଠାରୁ ଆରମ୍ଭ କରି ସମସ୍ତ ଆନୁଷ୍ଠାନିକ ପ୍ରସ୍ତୁତି ହୋଇସାରିଛି। ସମସ୍ତ ପ୍ରତିଯୋଗୀମାନେ ଟୁର୍ଣ୍ଣାମେଣ୍ଟରେ ଉତ୍ତମ ପ୍ରଦର୍ଶନ କରିବେ ବୋଲି ମୁଁ ଆଶା କରୁଛି। ସମସ୍ତ ଦର୍ଶକମାନେ ଷ୍ଟାଡିୟମ୍ କୁ ଆସି ମ୍ୟାଚ୍ ଉପଭୋଗ କରିବା ସହ ପ୍ରତିଯୋଗୀମାନଙ୍କୁ ନିଶ୍ଚିତ ରୂପେ ଉତ୍ସାହିତ କରନ୍ତୁ ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି।

- Advertisement -

ପ୍ରକାଶଯୋଗ୍ୟ ଯେ, ଓଡ଼ିଶାରେ ଅନୁଷ୍ଠିତ ହେଉଥିବା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ର ମିଳିତ ସହଭାଗିତାରେ ଅନୁଷ୍ଠିତ ହେଉଛି। ଆଜିର କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ପମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା, ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌ ମ୍ୟାନେଜର ଭେନୁ ଗୋପାଲ ମହାଲିଙ୍ଗମ, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ ଇଣ୍ଡିଆର କମ୍ପିଟେସନ୍‌ ମ୍ୟାନେଜର ରାଜେଶ କମଲ ରାଜପୁତ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories