ଡେସ୍କ: ରାଜ୍ୟରେ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପୁରୀ, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ନବରଙ୍ଗପୁର ଓ ମାଲକାନଗିରି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭାଗୀୟ ସୂଚନା ଅନୁଯାୟୀ, ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ୪୦ରୁ ୫୦ କି.ମି. ରହିପାରେ।



