ଡେସ୍କ ଦୁଇଦିନିଆ ମିଲେଟ୍ ସମ୍ବନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଅବସରରେ ଆଜି ଅନୁଷ୍ଠିତ ‘ବୈଜ୍ଞାନିକ ପଦ୍ଧତିରେ ପୁଷ୍ଟିଶସ୍ୟ ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି’ ଶୀର୍ଷକ ଆଲୋଚନା ଚକ୍ରରେ ନିରନ୍ତର ପୁଷ୍ଟିଶସ୍ୟ ଉତ୍ପାଦନ ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ଆଲୋଚନା ଚକ୍ରରେ ଭାରତୀୟ ପୁଷ୍ଟିଶସ୍ୟ ଗବେଷଣା ପ୍ରତିଷ୍ଠାନର ପ୍ରମୁଖ ବୈଜ୍ଞାନିକ ଡ. ବି. ଭେଙ୍କଟେଶ ଭଟ୍ଟ ଓ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ଗବେଷଣା ବିଭାଗ ଡିନ୍ ଡ. ସଂଗ୍ରାମ କେଶରୀ ସ୍ୱାଇଁ ମିଲେଟ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିରେ ଆଲୋଚକ ଭାବରେ ମଧୂସ୍ମିତା ଶତପଥୀ, ଡ. ରାଜେନ୍ଦ୍ର ଆର. ଚାପ୍କେ, ହାଇଦ୍ରାବାଦସ୍ଥିତ ହାର୍ଭେଷ୍ଟ ପ୍ଲସ୍ ସଂଗଠନର ବିନୁ ଚେରିଆନ୍, ଦମୟନ୍ତୀ ରଣା ଓ ଅଜିତ କୁମାର ସାହୁ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Popular Categories



