www.samajalive.in
Saturday, December 6, 2025
15.1 C
Bhubaneswar

କମିବ ନିଶା ବ୍ୟବହାର: ମଦ ମୁକ୍ତ ହେବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟାୟ କ୍ରମେ କମିବ ନିଶା ବ୍ୟବହାର । ଏଥିପାଇଁ ନୂଆ ସରକାର ଅଣ୍ଟା ଭିଡ଼ିଥିବା କହିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଅବକାରୀ ଓ ବିଭିନ୍ନ ବିଭାଗ ସହ ଆଲୋଚନା ପରେ ଏହି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି । ନିଶା ଦ୍ୱାରା ସମାଜ କଳୂଷିତ ହେଉଛି । ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ କରାଯାଇଛି । ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ପ୍ରୟାସ କରିବେ । ଫଳରେ ନିଶା କାରବାର କମିବ । ଓଡ଼ିଶାକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଛି । ଖୁବଶୀଘ୍ର ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories