www.samajalive.in
Wednesday, December 10, 2025
26.1 C
Bhubaneswar

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ରାଜ୍ୟକୁ ଅଗ୍ରସର ହୋଇଛି। ଗୁରୁବାର ମୌସୁମୀ ମାଲକାନଗିରିର ଅଧିକାଂଶ ଅଞ୍ଚଳ, କୋରାପୁଟ ଏବଂ ଗଜପତି ଜିଲାର କିଛି ଅଞ୍ଚଳକୁ ଛୁଇଁଛି। ଓଡ଼ିଶାରେ ମୌସୁମୀ ପାଦ ଥାପିଥିବା ବେଳେ ଆଗାମୀ ଦୁଇରୁ ୩ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ରାଜ୍ୟକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବାରୁ ଗତ କିଛିଦିନ ହେବ ଗ୍ରୀଷ୍ମଲହରୀ ଲାଗି ରହିଥିଲା। ପଶ୍ଚିମ ଓଡ଼ିଶା ଜଳୁଥିଲା, ଉପକୂଳ ଏବଂ ଦକ୍ଷିଣରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା। ଗରମ ଏବଂ ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଅଧିକ ରହିବା ହେତୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଥିଲା। ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ସପ୍ତାହେ ବିଳମ୍ବରେ ଓଡ଼ିଶା ମାଟି ଛୁଇଁଛି ମୌସୁମୀ। ଏଣିକି ତାତିରୁ ଆଶ୍ବସ୍ତି ମିଳିବ ଏବଂ ଚାଷ କାର୍ଯ୍ୟ ପାଇଁ ମୌସୁମୀ ବର୍ଷା ସହାୟକ ହେବ ବୋଲି ପାଣିପାଗ ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି।

ପାଣିପାଗ ବିଭାଗର ସୂଚନାନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର କିଛ ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଏଥିସହିତ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର କିଛି ଅଞ୍ଚଳ‌ରେ ମୌସୁମୀ ପାଦ ଥାପିଛି। ଦକ୍ଷିଣରେ ମୌସୁମୀ ବର୍ଷା ହୋଇଥିବା ବେଳେ ଭୁବନେଶ୍ବର, କଟକ ସହିତ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ସହିତ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଓଡ଼ିଶା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି।

- Advertisement -

ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୬ରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଗଞ୍ଜାମ, କନ୍ଧମାଳର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କଟକ, ଯାଜପୁର, ଭଦ୍ରକ, ବଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବଜ୍ରପାତର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ଆକଳନ, ଆଗାମୀ ୪ରୁ ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି। ମୌସୁମୀ ଅଗ୍ରସରକୁ ଲକ୍ଷ୍ୟ ରଖି ଚାଷୀଙ୍କୁ ଚାଷ କାର୍ଯ୍ୟ ଆରମ୍ଭ ପାଇଁ ସୂଚନା ଜାରି କରାଯାଇଛି। ପଶ୍ଚିମରେ ତାତି ଲାଗି ରହିଥିବା ବେଳେ ଆଜି ସେଠାରେ ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସି ଆସିଛି। ସର୍ବାଧିକ ତାପମାତ୍ରା ସମ୍ବଲପୁର ଏବଂ ସୁବର୍ଣ୍ଣପୁରରେ ୩୯.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ବୌଦ୍ଧ ୩୯.୪, ଭୁବନେଶ୍ବର ୩୫.୮ ଏବଂ କଟକରେ ୩୬.୨ ଡିଗ୍ରୀ ରହିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ମୌସୁମୀ ଆସିଥିବାରୁ ଆସନ୍ତା ୨ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories