www.samajalive.in
Friday, December 12, 2025
27.1 C
Bhubaneswar

ଓଡ଼ିଶା ଛୁଇଁଲା ମୌସୁମି

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ। ଗୁରୁବାର ସୁଦ୍ଧା ମୌସୁମୀ ବାୟୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ବରଗଡ଼, ବଲାଙ୍ଗୀର, ସୋନପୁର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀର କିଛି ଅଂଶକୁ ଛୁଇଁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମି ସମଗ୍ର ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଛତିଶଗଡ଼ ତଥା ଝାଡ଼ଖଣ୍ଡ, ବିହାରର କିଛି ଅଂଶକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଆଇଏମଡି ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଆଜି ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଗୁଜରାଟ, ମହାରାଷ୍ଟ୍ର, ତେଲଙ୍ଗାନା ଓ ଆନ୍ଧ୍ର ପ୍ରଦେଶର ଅବଶିଷ୍ଟ ଅଂଶ, ଦକ୍ଷିଣ ମଧ୍ୟପ୍ରଦେଶ ଓ ଛତିଶଗଡ଼ର କିଛି ଅଂଶକୁ ସ୍ପର୍ଶ କରିଛି।
ଏହାସହିତ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଓଡ଼ିଶା ଆଡ଼କୁ ଅଧିକ ଅଗ୍ରସର ହେବ। ଏହାର ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାସହିତ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ହେବ। ଘଡ଼ଘଡ଼ିରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ସ୍ୱତନ୍ତ୍ର ରିଲିଫ ଆୟୁକ୍ତ (ଏସଆରସି) ପ୍ରଦୀପ କୁମାର ଜେନାଙ୍କ ପକ୍ଷରୁ ସତର୍କ କରାଯାଇଛି। ଏହାସହିତ ବଙ୍ଗୋପସାଗର ଓ ଏହାର ଆଭ୍ୟନ୍ତରୀଣ ଅଞ୍ଚଳରେ ୪୦-୬୦ କିମି ବେଗରେ ପବନ ଅନୁଭୂତ ହେବ। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦେଇଛନ୍ତି। ଏସବୁ ଜିଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି। ବର୍ଷା ଯୋଗୁଁ ତଳୁଆ ଅଞ୍ଚଳ, ସହରାଞ୍ଚଳ ଓ ପାହାଡ଼ିଆ ସ୍ଥାନରେ ବନ୍ୟା, ଜଳବନ୍ଦୀ ଓ ଭୂସ୍ଖଳନ ପରି ପରିସ୍ଥିତି ଉପୁଜି ପାରେ। ଏନେଇ ସମସ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ(ବିଡିଓ) ଓ ତହସିଲଦାରଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏହାସହିତ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।

- Advertisement -

ଗୁରୁବାରରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗୀର, ନୟାଗଡ଼ ଓ ଅନୁଗୋଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶୁକ୍ରବାର ସକାଳୁ ଶନିବାର ସକାଳ ପର୍ଯ୍ୟନ୍ତ ଗଞ୍ଜାମ ବ୍ୟତୀତ ଏହି ସବୁ ଜିଲାରେ ଅତି ପ୍ରବଳ ବର୍ଷା ହେବ। ସେହିପରି କଟକ, ଅନୁଗୋଳ, ସମ୍ବଲପୁର, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡ଼ାରେ ବି ପ୍ରବଳ ବର୍ଷା ହେବ। ଅନ୍ୟ ଜିଲାଗୁଡ଼ିକରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ।

ସେହିପରି ଶନିବାରରୁ ରବିବାର ସକାଳ ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ ନବରଙ୍ଗପୁର ଜିଲାରେ ଅତି ପ୍ରବଳ ବର୍ଷା ହେବ। ବର୍ଷାର ପ୍ରଭାବ ରାଜ୍ୟ ସାରା ଦେଖିବାକୁ ମିଳିବ। ରବିବାରରୁ ସୋମବାର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଦକ୍ଷିଣ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବି ସେହିଦିନ ବର୍ଷା ହେବ। ସୋମବାରରୁ ମଙ୍ଗଳବାର ପର୍ଯ୍ୟନ୍ତ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ବର୍ଷା ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କାକୁ ଦେଖି ଜଳସମ୍ପଦ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଭାଗୀୟ ମୁଖ୍ୟ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ କହିଛନ୍ତି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଜିଲାଗୁଡ଼ିକୁ ପ୍ରାଥମିକତା ଦିଆଯାଉଛି। ବିଭାଗର ସମସ୍ତ ଅଧିକାରୀଙ୍କ ସତର୍କ ରହିବା ଓ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। କେତେକ ସ୍ଥାନରେ ନୂଆ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲା ଯାଇଛି ବୋଲି ଇଞ୍ଜିନିୟର ରଥ କହିଛନ୍ତି। ସବୁ ନଦୀବନ୍ଧ ଅନୁଧ୍ୟାନ କରାଯାଉଛି। ୨୦ଟି ନଦୀବନ୍ଧ ଦୁର୍ବଳ ଥିବା ଜଣାପଡ଼ିଛି। ସମସ୍ତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ସତର୍କତା ଦୃଷ୍ଟି ରଖାଯାଇଛି ବୋଲି ସେ କହିଛନ୍ତି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories