ଡେସ୍କ: ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି ମନୋନୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ଗଣମାଧ୍ୟମ ଏକ୍ସରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତିି ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ ଅଛି ବୋଲି ସେ କହିଛନ୍ତି।
ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ। pic.twitter.com/e8zT2i6HqO
— Naveen Patnaik (@Naveen_Odisha) June 12, 2024



