କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ଆବାହକତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କୈବଲ୍ୟ ମାଝୀ,ଶିକ୍ଷକ ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି, ନରେଶ ତାଣ୍ଡୀ ଉପସ୍ଥିତ ଥିଲେ। ଅଷ୍ଟମ ପାସ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ। ସମସ୍ତେ ଅନ୍ୟ ବିଦ୍ୟାଳୟରେ ନାମ ଲେଖାଇବା ସହିତ ଭବିଷ୍ୟତରେ ଭଲ ପାଠ ପଢିବାକୁ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ। ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ କଲମ, ଖାତା ବଣ୍ଟନ କରାଯାଇଥିଲା। ତାପରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ପ୍ଳାକାର୍ଡ ଧରି ସମସ୍ତ ଶିଶୁ ବିଦ୍ୟାଳୟକୁ ଆସିବାକୁ ସ୍ଳୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ସହଯୋଗ କରିଥିଲେ।
Popular Categories



