www.samajalive.in
Sunday, December 14, 2025
19.1 C
Bhubaneswar

ଅକ୍ଷିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ଆଜି ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ଅକ୍ଷିମୁଠି ଅନୁକୂଳ କରିଛନ୍ତି। ଅକ୍ଷୟ ତୃତୀୟ ଦିନ ଚାଷୀକୁଳ ଅକ୍ଷିମୁଠି ଅନୁକୂଳ କରିଥାନ୍ତି। ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇଛନ୍ତି।

ପରେ ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ ଉଦଘାଟନ କରିଛନ୍ତି। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘central command and control system ‘ ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫ ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରା ଯାଇଛି। କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ମୁଖ୍ୟ ମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।

- Advertisement -

ଏହା ସହିତ ଲୋକ ସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଶିଶୁ ସନ୍ତାନ ମାନଂକ ପାଇଁ ଏକ କ୍ରେଚ ‘କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କରାଯାଇଛି।

ଅନ୍ୟପକ୍ଷରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ରାଜ୍ୟ ବିହନ ପରୀକ୍ଷାଗାର ପରିସରରେ କୃଷକ ଆବାସ ଓ ପ୍ରଶାସନିକ ଗୃହ ଉଦଘାଟନ କରିଛନ୍ତି। ଏହି ନୂତନ ସେବା ଦ୍ଵାରା କୃଷକ ଅନେକ ସୁବିଧା ପାଇବେ ବୋଲି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ଏହି ପରୀକ୍ଷାଗାରରେ ବାର୍ଷିକ ହାରାହାରି ୧୪ ହଜାର ବିହନ ନମୁନା ପରୀକ୍ଷା କରାଯିବ। ପରୀକ୍ଷାଗାରରେ ମଧ୍ୟ ଏକ ଜିନ୍ ବ୍ୟାଙ୍କ ରହିଛି ଓ ଏଥିରେ ରାଜ୍ୟ ମଧ୍ୟରୁ ଧାନ ଓ ଅଣଧାନ ଫସଲର ୧୩୬୧ଟି ଦେଶୀ ବିହନ ରହିଛି।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories