ଅକ୍ଟୋବର ସୁଦ୍ଧା ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ମାର୍ଗ, ସମୀକ୍ଷା କଲେ ୫-ଟି ସଚିବ

ପୁରୀ: ରାଜ୍ୟ ୫-ଟି ସଚିବ ଭି. କେ ପାଣ୍ଡିଆନ ଶନିବାର ରାତିରେ ପୁରୀ ଗସ୍ତରେ ଆସି ଶ୍ରୀ ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଜିଲ୍ଲା ପ୍ରଶାସନ, ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଏବଂ ଟାଟା କମ୍ପାନୀର ଅଧିକାରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଅକ୍ଟୋବର ମାସ ଶେଷ ସୁଦ୍ଧା ନିର୍ମାଣ କାର୍ଯ ଶେଷ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ପରିକ୍ରମା ମାର୍ଗ ନିର୍ମାଣ ପାଇଁ ଉଚ୍ଛେଦ ହୋଇଥିବା ମଠ ଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ଐତିହ୍ୟ ରଘୁନନ୍ଦନ ପାଠାଗାର ପୁନଃନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡିଛି।

Comments are closed.