www.samajalive.in
Monday, December 8, 2025
27.1 C
Bhubaneswar

ଲାପ୍‌ଟପ୍‌ ସହାୟତା ଆବେଦନ ଅବଧି ୩୧ ଯାଏ ବୃଦ୍ଧି

ଭୁବନେଶ୍ବର: ୨୦୨୨ ବର୍ଷ ପାଇଁ ବିଜୁ ଯୁବ ସଶକ୍ତୀକରଣ ଯୋଜନା (ଲାପ୍‌ଟପ୍‌ ଡିବିଟି ଯୋଜନା) ରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଲାପ୍‌ଟପ୍‌ ପାଇଁ ସହାୟତା ପ୍ରଦାନ କରାଯିବ। ଏଥିପାଇଁ ସଞ୍ଚାର (ଅନ୍‌ଲାଇନ୍‌)ରେ ଆବେଦନ ଜାରି ରହିଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଆବେଦନ ଅବଧିକୁ ବଢ଼ାଇ ଦିଆଯାଇଛି। ୧୬ ତାରିଖ ଆବେଦନର ଶେଷ ତାରିଖ ଥିବାବେଳେ ଅଧିକ ଯୋଗ୍ୟ ଛାତ୍ରଛାତ୍ରୀ ଯେପରି ଆବେଦନ କରିପାରିବେ; ଏହାକୁ ଦୃଷ୍ଟିରେ ରଖି ଆବେଦନ ଅବଧି ବୃଦ୍ଧି ହୋଇଛି। ୨୦୨୨ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଏବଂ ଏସ୍‌ଏସ୍‌ଜେୟୁ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ www.scholarship.odisha.gov.inରେ ଆବେଦନ କରିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories