www.samajalive.in
Sunday, December 14, 2025
26.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଜାତୀୟ ସମ୍ମିଳନୀ ଉଦଯାପିତ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଦୁଇ ଦିନଧରି ଚାଲିଥିବା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଜୈବ ପ୍ରଯୁକ୍ତି ବିଭାଗ ଏବଂ ପ୍ରାଣୀ ବିଜ୍ଞାନ ବିଭାଗ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହେଉଥିବା ଜାତୀୟ ସମ୍ମିଳନୀ ଆଜି ଉଦଯାପିତ ହୋଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶ ଯୋଗ ଦେଇଥିବା ବେଳେ ପଶ୍ଚିମବଙ୍ଗର ବି ସି କେ ଭିର ପୂର୍ବତନ କୁଳପତି ପ୍ରଫେସର ଚିତ୍ତ ରଞ୍ଜନ କୋଲେ,ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଶିବ ପ୍ରସାଦ ଅଧିକାରୀ, ବ୍ରହ୍ମପୁର ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ସମ୍ମିଳନୀକୁ ଉଚ୍ଚ ପ୍ରଶଂସା କରିବା ସହ ଛାତ୍ର, ଛାତ୍ରୀ, ଗବେଷକ, ଗବେଷିକା, ଅଧ୍ୟାପକଙ୍କୁ ଉତ୍ସlହିତ କରିଥିଲେ। ଜାତୀୟ ସମ୍ମିଳନୀ ସଂଯୋଜକ ପ୍ରଫେସର ଯୋଗେଶ୍ୱର ପାଣିଗ୍ରାହୀ ଅତିଥି ପ୍ରଦାନ କରିବା ସହ ସମ୍ମିଳନୀର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଜାତୀୟ ସମ୍ମିଳନୀ ପକ୍ଷରୁ ୩ ଜଣ ସମ୍ମାନିତ ଅତିଥିଙ୍କୁ ଆଜୀବନ ସଫଳତା ପୁରସ୍କାର (ଲାଇଫ ଟାଇମ ଏକଚିଭମେଣ୍ଟ ଆୱାର୍ଡ) ଉପଢ଼ୋକନ ଓ ମାନପତ୍ର ଦେଇ କୁଳପତି ସମ୍ମାନିତ କରିଥିଲେ। ଏହି ସମ୍ମିଳନୀରେ ମୋଟ ୧୮୨ ଜଣ ପଞ୍ଜିକୃତ କରିଥିବା ବେଳେ ୧୨ ଜଣ ଓଡିଶା ବାହାରୁ ଆସିଥିଲେ। ୫୭ ଜଣ ପୋଷ୍ଟର ପ୍ରଦର୍ଶନ କରିଥିବା ବେଳେ ୩୬ ଜଣ ସନ୍ଦର୍ଭ ପାଠ କରିଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories