www.samajalive.in
Sunday, December 14, 2025
23.1 C
Bhubaneswar

ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଆରମ୍ଭ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷ ପରିସରରେ ସ୍ମାତୋକତ୍ତର ରାଜନୀତି ବିଜ୍ଞାନ ବିଭାଗ ଓ ଲୋକ ପ୍ରଶାସନ ବିଭାଗର ମିଳିତ ଆନୁକୁଲ୍ୟରେ ଦୁଇ ଦିନିଆ ଜାତୀୟ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଭାରତୀୟ ଆଦିବାସୀ ସମୂହ :ଅଧିକାର, ପରିଚୟ ଓ ସମସ୍ୟା (ଟ୍ରାଇବଲସ ଇନ ଇଣ୍ଡିଆ : ରାଇଟ୍ସ, ଆଇଡେଣ୍ଟି ଏଣ୍ଡ ପ୍ରୋବ୍ଲେମସ) ଶୀର୍ଷକ ଉପରେ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ କୁଳପତି ପ୍ରଫେସର ଜୟନ୍ତ କୁମାର ମହାପାତ୍ର ଯୋଗ ଦେଇ ଆଦିବାସୀ ମାନଙ୍କର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ କହିବା ସହ ସେମାନଙ୍କ ବିକାଶ ପାଇଁ ଶିକ୍ଷାର ଏବଂ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗଦାନ ଦ୍ଵାରା ସାମଗ୍ରିକ ବିକାଶ ହୋଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ଟିଆଇଏସଏସର ଗୌହାଟି ଆସାମ ପ୍ରଫେସର ଜଗନ୍ନାଥ ଆମ୍ବାଗୁଡିୟା ଯୋଗ ଦେଇ ଆଦିବାସୀ ମାନଙ୍କର ଅସ୍ତିତ୍ବ, ପରିଚୟ ଏବଂ ସମସ୍ୟା ଉପରେ ନିଜ ମତ ରଖିଥିଲେ। ସମ୍ମାନିତ ଅତିଥି ଭାବେ ପ୍ରଫେସର ସଂଜୀବ କୁମାର ଶର୍ମା, ଭାରପ୍ରାପ୍ତ ପିଜି କାଉନସିଲ ଅଧକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀ ମଂଚାସୀନ ଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories