www.samajalive.in
Wednesday, December 10, 2025
16.1 C
Bhubaneswar

ସ୍ୱତନ୍ତ୍ର ଜିଲ୍ଲା ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଶାନ୍ତିପୂର୍ଣ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। ଜିଲ୍ଲା ସଙ୍ଘର୍ଷ ସମିତି ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କର୍ଯ୍ୟାଳୟ ବନ୍ଦ ରହିଛି। ଗାଡି ମଟର ଚଳାଚଳ ସ୍ୱଭାବିକ ରହିଛି। ସ୍ଥାନିୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତା ମାନେ ରସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଥିଲେ। ଜିଲ୍ଲା ନାହିଁ ତ ଭୋଟ ନାହିଁ ବୋଲି ଆନ୍ଦୋଳନକାରୀମାନେ ନାରା ଦେଇଥିଲେ।

ସ୍ଥାନୀୟ ଇନ୍ଦିରା ଛକରେ ଆଜି ଲଘୁଚାପ ଜନିତ କୋହଲା ପାଗ ସତ୍ୱେ ଜିଲ୍ଲା ସଂଘର୍ଷ କମିଟି ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା ପିକେଟିଙ୍ଗ କରି କଣ୍ଟାବାଞ୍ଜିକୁ ଦୀର୍ଘଦିନର ରାଜସ୍ବ ଜିଲ୍ଲାମାନ୍ୟତା ଦାବିକୁ ମାନ୍ୟତା ଦେଇ ଘୋଷଣା କରିବାକୁ ବିଭିନ୍ନ ସ୍ଲୋଗାନ ଦେବା ସହ ନାରାବାଜି କରି ଧାରଣାରେ ବସିଥିବା ଦେଖାଯାଇଥିଲା। ସଂଘର୍ଷ ସମିତି ସଭାପତି ଶେଷଦେବ ପୁଟେଲ, ଓକିଲ ସଙ୍ଘ ତରଫରୁ ଆଇନଜୀବୀ ଶେଷଦେବ ନାଗ ଓ ସଦସ୍ୟ ମାନେ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories