www.samajalive.in
Friday, December 5, 2025
23.1 C
Bhubaneswar

ବୈଦିକ ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକ ଉତ୍ସବରେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଏକବିଂଶ ଶତାବ୍ଦୀର ଆଧୁନିକ ଦୁନିଆକୁ ଧ୍ୟାନରେ ରଖି ଜାତୀୟ ଶିକ୍ଷା ନୀତି ପ୍ରସ୍ତୁତ ହୋଇଛି। ଅତ୍ୟାଧୁନିକ ଗୁଣାତ୍ମକ ଶିକ୍ଷା, ଦକ୍ଷତା ବିକାଶ, ମାତୃଭାଷାକୁ ପ୍ରାଧାନ୍ୟ ସହ ପିଲାଙ୍କୁ ପରୀକ୍ଷା ଚାପରୁ ମୁକ୍ତ କରିବା ଏବଂ ସବୁ ବିଷୟକୁ ଯୋଡି ସେମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରାଇବା ଜାତୀୟ ଶିକ୍ଷା ନୀତିର ପ୍ରମୁଖ ଅଙ୍ଗ ହୋଇଛି ବୋଲି ଶନିବାର ସମ୍ବଲପୁର ସ୍ଥିତ ବୈଦିକ ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକ ଉତ୍ସବରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ସେ କହିଛନ୍ତି, ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁରଦୃଷ୍ଟିରେ ଭାରତ ସମେତ ବିଶ୍ୱର ଆବଶ୍ୟକତାକୁ ପୂରଣ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରାଯାଇଛି। ଆଜି ଆମ ସମସ୍ତଙ୍କ ସାମ୍ନାରେ ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନର ନୂଆ ଦୁନିଆ ଛିଡା ହୋଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସମାଜ ସହ ତୃଣମୂଳ ସ୍ତରରେ ଯୋଡି ହୋଇ ପୂର୍ବଜ ମାନଙ୍କ ସଂଗ୍ରାମକୁ ମନେପକାଇବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଦୁନିଆର ସବୁଠୁ ପୁରୁଣା ଗ୍ରନ୍ଥ ବେଦର ମାହାତ୍ମ୍ୟ ଉପରେ ପିଲାଙ୍କୁ ଅଧ୍ୟୟନ କରାଇବା ପାଇଁ ବୈଦିକ ଇଣ୍ଟରନ୍ୟାସନାଲ ସ୍କୁଲକୁ ପରାମର୍ଶ ଦେବା ସହ ସମାଜର ଏକ କ୍ୟାଟାଲିଷ୍ଟ ହେବାକୁ ଆହ୍ୱାନ କରିଥିଲେ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories