www.samajalive.in
Friday, December 5, 2025
27.1 C
Bhubaneswar

ହରିଲୁଟ ଅର୍ଥ ଗୋଟି ଗୋଟି କରି ଅସୁଲ କରାଯିବ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ଓଡ଼ିଶାର ଜନତାଙ୍କ ଠାରୁ ହରିଲୁଟ ହେଉଥିବା ଅର୍ଥ ଗୋଟି ଗୋଟି କରି ଅସୁଲ କରାଯିବ, ଏହା ହେଉଛି ମୋଦୀଙ୍କ ଗ୍ୟାରେଣ୍ଟି ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ସହ ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାରେ କିଛି ଦିନ ହେବ ଗଣମାଧ୍ୟମରେ ଶହ ଶହ କୋଟି ଟଙ୍କା ଜବତ ହେବା ଖବର ମୋତେ ବିସ୍ମିତ କରିଛି। କେନ୍ଦ୍ରୀୟ ସଂସ୍ଥାର ଚଢାଉ ଦ୍ୱାରା ଓଡ଼ିଶା ଭଳି ରାଜ୍ୟରୁ ଏକାସାଙ୍ଗରେ ଏତେ ପରିମାଣରେ ବେନାମୀ ଅର୍ଥ ଜବତ ହେବା ଚିନ୍ତାର ବିଷୟ। ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଭଳି ରାଜ୍ୟର କିଛି ବ୍ୟକ୍ତିଙ୍କ ଏହି ଟଙ୍କା ସହ ସମ୍ପର୍କ ଥିବା ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି।

ସେ କହିଛନ୍ତି, ଓଡ଼ିଶାରେ ଏପରି ଘଟଣା କେବେ ଦେଖାଯାଇନଥିଲା। ଏହି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ବେନାମୀ ଧନର ମୂଳ ଉତ୍ସ କେଉଁଠି, ଘଟଣାର ସତ୍ୟାସତ୍ୟ କଣ, ଏହି ଟଙ୍କା କାହାର, ଟଙ୍କା କେମିତି ଉପାର୍ଜନ ହେଲା, ଓଡ଼ିଶାର ଅବକାରୀ ନୀତି ସହ ସମ୍ପର୍କ ଅଛି ନା ନାହିଁ, ଆଦି ସବୁ ତଦନ୍ତ ସାପେକ୍ଷ। ଜବତ ହେଉଥିବା କଳାଧନ ସହ ଓଡ଼ିଶାର କିଛି ମୁଷ୍ଟିମେୟ ଲୋକମାନଙ୍କର ସମ୍ପର୍କ ଅଛି କି, ସଚ୍ଚୋଟତାର ଡିଣ୍ଡିମ ପିଟୁଥିବା କିଛି ଲୋକମାନେ ଏହି ଘଟଣାରେ ଚୁପ୍ କାହିଁକି, ନୈତିକତାର କଥା କହୁଥିବା କିଛି ରାଜନୈତିକ ଦଳର ନେତାମାନେ ଏହି ଘଟଣାରେ ନୀରବ ଥିବାରୁ ସାଧାରଣ ଜନତାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତି ଯେଉଁ ରାଜନୈତିକ ଦଳର ବୋଲି ଖବର ଆସୁଛି, ସେହି ଦଳ ଦେଶରେ ସଚ୍ଚୋଟତାର କୁମ୍ଭୀର କାନ୍ଦଣା କାନ୍ଦେ। ଗଣମାଧ୍ୟମ ପଚାରୁଥିବା ପ୍ରଶ୍ନର ଉତ୍ତର ତାଙ୍କ ପାଖରେ ନାହିଁ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories