www.samajalive.in
Friday, December 5, 2025
20.1 C
Bhubaneswar

ବ୍ଲକ ସ୍ତରୀୟ ପ୍ରଧାନଶିକ୍ଷକ ଶିକ୍ଷୟତ୍ରୀ ବୈଠକ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପରିସର ମଧ୍ୟରେ ଥିବା ୟୁନିଭରସିଟି ହାୟର ସେକେଣ୍ଡାରୀ ସ୍କୁଲରେ ସ୍କୁଲର ପ୍ରଧାନ ଶିକ୍ଷକ ଶିବରାମ ସାହୁଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀଙ୍କ ୩ୟ ମାସିକ ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ରଙ୍ଗେଇଲୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବେନ୍ଦ୍ର ବେହେରା, ସ୍କୁଲର ସଂଯୋଜକ ପ୍ରଫେସର ଧ୍ରୁବ ଚରଣ ପଣ୍ଡା ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ରଙ୍ଗେଇଲୁଣ୍ଡା ବ୍ଲକ ଏବଂ ବିଏମସିରେ ଥିବା ୫ଟିର ରୁପାନ୍ତିକରଣ ଉଚ୍ଚ ବିଦ୍ୟାଳୟର ୪୮ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। ପ୍ରଶିକ୍ଷକ ଭାବେ କୈଳାଶ ଚନ୍ଦ୍ର ସାହୁ ଏବଂ ଅଶୋକ କୁମାର ପଟ୍ଟନାୟକ ଯୋଗ ଦେଇ ଗୁଣାତ୍ମକ ଶିକ୍ଷାର ଉନ୍ନତି କରଣ, ପ୍ରଚଳିତ ଶିକ୍ଷା ବ୍ୟବସ୍ଥାରେ ଜାରି ରହିଥିବା ନୂତନ ଯୋଜନା ଓ କାର୍ଯ୍ୟକ୍ରମ ଆଦି ଉପରେ ପ୍ରଶିକ୍ଷଣ ଦେଇଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories